ଜିଲା ସାମ୍ବାଦିକ ସଂଘର ବାର୍ଷିକ ଅଧିବେଶନ: ‘ସମନ୍ବୟ ହିଁ ବିକାଶର ଚାବିକାଠି’

ଢେଙ୍କାନାଳ ଅଫିସ, ୨୯ା୭: ସମନ୍ବୟ ହିଁ ବିକାଶର ଚାବିକାଠି। ଗଣମାଧ୍ୟମ, ଜନସାଧାରଣ, ରାଜନେତା ଏବଂ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ବିକାଶ ସମ୍ଭବ। ଗଣମାଧ୍ୟମ ପ୍ରତିନିଧି ସାମାଜିକ ବ୍ୟବସ୍ଥାର ସତର୍କ ପ୍ରହରି। ସେମାନେ ବ୍ୟକ୍ତିଗତ ସ୍ବାର୍ଥ ପାଇଁ ସାମୂହିକ ସ୍ବାର୍ଥକୁ ବଳିଦେବା ଅନୁଚିତ। ସମସ୍ତେ ଏକାଠି ହୋଇ ସାହସର ସହିତ ଲଢ଼େଇ କଲେ ଲୋକମାନେ ନ୍ୟାୟ ପାଇପାରିବେ ବୋଲି କହିଛନ୍ତି ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ଢେଙ୍କାନାଳ ଗୋପବନ୍ଧୁ ଟାଉନ୍‌ ହଲ୍‌ ପରିସରରେ ରବିବାର ଅନୁଷ୍ଠିତ ଜିଲା ସାମ୍ବାଦିକ ସଂଘର ବାର୍ଷିକ ଅଧିବେଶନରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ଏହା କହିଥିଲେ।
ମୁଖ୍ୟବକ୍ତା ଭାବେ ଯୋଗଦେଇ ଏମ୍‌ପି ମହେଶ ସାହୁ କହିଲେ, ଗଣମାଧ୍ୟମ ପ୍ରତିନିଧିମାନେ ସମାଜ ଅଙ୍ଗୁଳି ଉଠାଇବା ଭଳି କାର୍ଯ୍ୟରୁ ନିବୃତ୍ତ ରହିବା ଉଚିତ। ଏହାଦ୍ୱାରା ମିଡିଆ ପ୍ରତି ଲୋକଙ୍କ ଭରସା ବଢ଼ିବ। ସମ୍ମାନିତ ଅତିଥି ବିଧାୟକ ସୁଧୀର କୁମାର ସାମଲ କହିଲେ, ବୃତ୍ତିଗତ କ୍ଷେତ୍ରରେ ଗଣମାଧ୍ୟମ ପ୍ରତିନିଧିମାନେ ନ୍ୟାୟରୁ ବଞ୍ଚତ୍ତ ହେଉଛନ୍ତି। ଅନେକ ସମୟରେ ସେମାନଙ୍କୁ ପ୍ରତିରୋଧର ଶିକାର ହେବାକୁ ପଡୁଛି। ସଂଘ ସଦସ୍ୟ ଏକଜୁଟ ହୋଇ କାର୍ଯ୍ୟ କଲେ ସମସ୍ୟାର ସମାଧାନ ହୋଇପାରିବ ବୋଲି ସେ ପରାମର୍ଶ ଦେଇଛନ୍ତି।
ଅନ୍ୟତମ ଅତିଥି ଭାବେ ବିଧାୟିକା ସୀମାରାଣୀ ନାୟକ, ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଏସ୍‌ପି ଅନୁପମା ଜେମ୍‌ସ, ପିଡି ଡିଆରଡିଏ ନରୋତ୍ତମ ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ। ଲୋକଙ୍କୁ ନ୍ୟାୟ ଦେବା ଏବଂ ପ୍ରଶାସନକୁ ଠିକ୍‌ ସମୟରେ ଦିଗ୍‌ଦର୍ଶନ ଦେବାକୁ ଗଣମାଧ୍ୟମ ପ୍ରତିନିଧିମାନେ ଦିନରାତି କାମ କରୁଛନ୍ତି। ସେମାନଙ୍କୁ ସବୁ ସମୟରେ ସହଯୋଗ କରିବା ଆବଶ୍ୟକ। ଗଣମାଧ୍ୟମ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀ ମିଳିତ ଭାବେ କାର୍ଯ୍ୟ କଲେ ଲୋକଙ୍କୁ ତ୍ୱରିତ ନ୍ୟାୟ ମିଳିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।
ସଂଘ ସଭାପତି ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଆୟୋଜିତ ସମାରୋହରେ ସାଧାରଣ ସମ୍ପାଦକ ପ୍ରତାପ କୁମାର ବରାଳ ବିଭିନ୍ନ ଦାବି ଉପସ୍ଥାପନ କରିଥିଲେ। ଏହି ଅବସରରେ ସୁରେନ୍ଦ୍ର ନାଥ ମିଶ୍ର, ଉମାକାନ୍ତ ପଟ୍ଟନାୟକ ସମ୍ବର୍ଦ୍ଧିତ ହୋଇଥିଲେ। ସଙ୍ଗୀତ ନିର୍ଦ୍ଦେଶକ ଗଣେଶ୍ୱର ମିଶ୍ରଙ୍କ ସଂଯୋଜନାରେ ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିଲେ। ଅବନୀ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ କୋଷାଧ୍ୟକ୍ଷ ଅମରେନ୍ଦ୍ର ଦାସ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri