ଜି. ଉଦୟଗିରି ମହିଳା ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ: ପ୍ଲାଷ୍ଟିକ ବର୍ଜନ ଉପରେ କହିଲେ ଅଧ୍ୟାପିକା

ଜି. ଉଦୟଗିରି, ୨।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରିସ୍ଥିତ ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ମହାବିଦ୍ୟାଳୟଠାରେ ବୁଧବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ଶିବରାମ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅବସର ନେଇଥିବା ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ବଳରାମ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀମାନଙ୍କୁ ଗାନ୍ଧୀଙ୍କ ସତ୍ୟ, ଅହିଂସା ନୀତି ଓ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ କହିଥିଲେ । ଅଧ୍ୟାପିକା ଡ. ବବିତା ରାଣୀ ପଟ୍ଟନାୟକ, ମିନତି ଦାଶ, ସୁଧାରାଣୀ ପାତ୍ର, ସସ୍ମିତା ଦାଶ ପ୍ରମୁଖ ଗାନ୍ଧିଜୀଙ୍କ ସମ୍ପର୍କରେ କହିବା ସହିତ ପ୍ଲାଷ୍ଟିକ ବର୍ଜନ, ଶୌଚାଳୟ ବ୍ୟବହାର, ସ୍ବଚ୍ଛ ଭାରତ ଅଭିଯାନ ସମ୍ପର୍କରେ କହିଥିଲେ। ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଛି। ସେହିପରି ସ୍ଥାନୀୟ ସ୍ବାମୀ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ମଧ୍ୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri