ଜି-୨୦ ସମ୍ମିଳନୀରେ ଭାରତର କଠୋର ଆଭିମୁଖ୍ୟ: ପଳାତକ ଅପରାଧୀଙ୍କୁ ଅଙ୍କୁଶ ଲଗାଅ

ଓସାକା,୩୦ା୬(ପି.ଟି.): ପଳାତକ ଆର୍ଥତ୍କ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀରେ ଭାରତ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଅନ୍ତର୍ଜାତୀୟ ଫୋରମ୍‌ରେ ଏହି ପ୍ରସଙ୍ଗ ଉଠାଇ ଆସୁଥିବା ଜି୨୦ ସମ୍ମିଳନୀରେ ଭାରତର ଶେରପା ଥିବା ସୁରେଶ ପ୍ରଭୁ ଶନିବାର କହିଛନ୍ତି। ଟିକସ ଫାଙ୍କି, ଦୁର୍ନୀତି, ଆର୍ଥିକ ଅପରାଧ, ଏବଂ ଦେଶ ଛାଡ଼ି ପଳାଇଯାଉଥିବା ଅପରାଧୀମାନଙ୍କ ବିରୋଧରେ କଠୋର ଆଇନ ଲାଗି ସରକାର କାର୍ଯ୍ୟ କରୁଛନ୍ତି। ଏ ସମ୍ପର୍କରେ ଭାରତ ଅନ୍ତର୍ଜାତୀୟ ସଂଗଠନଗୁଡିକରେ ଜୋରଦାର ଦାବି କରିଆସୁଛି ବୋଲି ଏକ ଖବରଦାତା ସମ୍ମିଳନୀରେ ପ୍ରଭୁ ସୂଚନା ଦେଇଛନ୍ତି। ଡିଜିଟାଲ ଅର୍ଥନୀତି ସମ୍ପର୍କିତ ଓସାକା ଘୋଷଣାନାମାରେ ଭାରତ କାହିଁକି ଯୋଗଦେଲା ନାହିଁ ପ୍ରଶ୍ନର ଉତ୍ତରରେ ପ୍ରଭୁ କହିଥିଲେ, ଏହାର କାରଣ ସମ୍ପର୍କରେ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ଅବଗତ କରାଯାଇଛି। ଭାରତ ଡିଜିଟାଲ ଅର୍ଥନୀତିରେ ବିଶ୍ୱାସ କରେ ଏବଂ ଏଥିପାଇଁ ନିକଟ ଅତୀତରେ ଅନେକ ପଦକ୍ଷେପ ଗ୍ରହଣ କରିଛି।
ଜି-୨୦ ସମ୍ମିଳନୀ ପାଇଁ ଜାପାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ଶେଷ ଦିନରେ ୬ଟି ଦେଶର ନେତାଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କ ନେଇ ଆଲୋଚନା କରିଛନ୍ତି। ଶନିବାର ଇଣ୍ଡୋନେସିଆ, ବ୍ରାଜିଲ୍‌, ତୁର୍କୀ, ଅଷ୍ଟ୍ରେଲିଆ, ସିଙ୍ଗାପୁର ଓ ଚିଲିର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ। ଏଥିରେ ବାଣିଜ୍ୟ, ଆତଙ୍କବାଦ ନିରୋଧୀ କାର୍ଯ୍ୟକ୍ରମ, ପ୍ରତିରକ୍ଷା, ସାମୁଦ୍ରିକ ସୁରକ୍ଷା ଏବଂ କ୍ରୀଡ଼ା ଆଦି ପ୍ରସଙ୍ଗ ସ୍ଥାନ ପାଇଥିଲା। ପ୍ରଥମେ ମୋଦି ଇଣ୍ଡୋନେସିଆ ରାଷ୍ଟ୍ରପତି ଜୋକୋ ଓ୍ବିଡୋଡୋଙ୍କୁ ଭେଟି ଆଲୋଚନା କରିଥିଲେ। ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା ଏବଂ ସାମୁଦ୍ରିକ ସୁରକ୍ଷା ନେଇ ଦ୍ୱିପାକ୍ଷିକ ସହଯୋଗକୁ ଅଧିକ ଦୃଢ଼ୀଭୂତ କରିବା ଲାଗି ଉଭୟ ନେତା ରାଜି ହୋଇଥିଲେ। ଏହା ପରେ ସେ ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ ସହ ବାଣିଜ୍ୟ, ପୁଞ୍ଜିନିବେଶ, କୃଷି, ଜଳବାୟୁ ପରିବର୍ତ୍ତନ ପରିପ୍ରେକ୍ଷୀରେ ଜୈବ ଇନ୍ଧନ ଆଦି ସମ୍ପର୍କରେ ଆଲୋଚନା କରିଥିଲେ। ସେହିପରି ତୁର୍କୀ ରାଷ୍ଟ୍ରପତି ରେସେପ୍‌ ଟାୟିପ୍‌ ଏର୍ଡୋଗାନଙ୍କ ସହ ବାଣିଜ୍ୟ, ପ୍ରତିରକ୍ଷା, ଆତଙ୍କବାଦ ନିରୋଧୀ କାର୍ଯ୍ୟକ୍ରମ ଆଦି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଦୁଇଦେଶର ବନ୍ଧୁତାରେ ଯଥେଷ୍ଟ ଉନ୍ନତି ହୋଇଥିବା ଉଭୟ ନେତା କହିଥିଲେ।
ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍‌ଙ୍କ ସହ ବୈଠକ ବେଳେ କ୍ରୀଡ଼ା, ଖଣି ପ୍ରଯୁକ୍ତି, ପ୍ରତିରକ୍ଷା ଓ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସାମୁଦ୍ରିକ ସହଯୋଗ ନେଇ ଆଲୋଚନା ହୋଇଥିଲା। ମୋଦି କେତେ ଭଲ ବୋଲି ମୋରିସନ୍‌ ହିନ୍ଦୀରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରି କହିଥିଲେ। ଦୁଇ ନେତା ଏକାଠି ଉଠାଇଥିବା ସେଲ୍‌ଫିକୁ ମୋରିସନ ଟୁଇଟ୍‌ କରିଛନ୍ତି। ଏହାପରେ ମୋଦି ତାଙ୍କର ସିଙ୍ଗାପୁର ପ୍ରତିପକ୍ଷ ଲି ସିଏନ୍‌ ଲୁଙ୍ଗ ଏବଂ ଚିଲି ରାଷ୍ଟ୍ରପତି ସେବାଷ୍ଟିଆନ୍‌ ପିନେରାଙ୍କ ସହ ଭାବ ବିନିମୟ କରିବା ସହ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ଆଲୋଚନା କରିଥିଲେ।
ଶୁକ୍ରବାର ପ୍ରଧାନମନ୍ତ୍ରୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌, ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗଙ୍କ ସମେତ ଅନ୍ୟ ନେତାମାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri