ଜି-୨୦ ସମ୍ମିଳନୀରେ ଭାରତର କଠୋର ଆଭିମୁଖ୍ୟ: ପଳାତକ ଅପରାଧୀଙ୍କୁ ଅଙ୍କୁଶ ଲଗାଅ

ଓସାକା,୩୦ା୬(ପି.ଟି.): ପଳାତକ ଆର୍ଥତ୍କ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀରେ ଭାରତ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଅନ୍ତର୍ଜାତୀୟ ଫୋରମ୍‌ରେ ଏହି ପ୍ରସଙ୍ଗ ଉଠାଇ ଆସୁଥିବା ଜି୨୦ ସମ୍ମିଳନୀରେ ଭାରତର ଶେରପା ଥିବା ସୁରେଶ ପ୍ରଭୁ ଶନିବାର କହିଛନ୍ତି। ଟିକସ ଫାଙ୍କି, ଦୁର୍ନୀତି, ଆର୍ଥିକ ଅପରାଧ, ଏବଂ ଦେଶ ଛାଡ଼ି ପଳାଇଯାଉଥିବା ଅପରାଧୀମାନଙ୍କ ବିରୋଧରେ କଠୋର ଆଇନ ଲାଗି ସରକାର କାର୍ଯ୍ୟ କରୁଛନ୍ତି। ଏ ସମ୍ପର୍କରେ ଭାରତ ଅନ୍ତର୍ଜାତୀୟ ସଂଗଠନଗୁଡିକରେ ଜୋରଦାର ଦାବି କରିଆସୁଛି ବୋଲି ଏକ ଖବରଦାତା ସମ୍ମିଳନୀରେ ପ୍ରଭୁ ସୂଚନା ଦେଇଛନ୍ତି। ଡିଜିଟାଲ ଅର୍ଥନୀତି ସମ୍ପର୍କିତ ଓସାକା ଘୋଷଣାନାମାରେ ଭାରତ କାହିଁକି ଯୋଗଦେଲା ନାହିଁ ପ୍ରଶ୍ନର ଉତ୍ତରରେ ପ୍ରଭୁ କହିଥିଲେ, ଏହାର କାରଣ ସମ୍ପର୍କରେ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ଅବଗତ କରାଯାଇଛି। ଭାରତ ଡିଜିଟାଲ ଅର୍ଥନୀତିରେ ବିଶ୍ୱାସ କରେ ଏବଂ ଏଥିପାଇଁ ନିକଟ ଅତୀତରେ ଅନେକ ପଦକ୍ଷେପ ଗ୍ରହଣ କରିଛି।
ଜି-୨୦ ସମ୍ମିଳନୀ ପାଇଁ ଜାପାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ଶେଷ ଦିନରେ ୬ଟି ଦେଶର ନେତାଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କ ନେଇ ଆଲୋଚନା କରିଛନ୍ତି। ଶନିବାର ଇଣ୍ଡୋନେସିଆ, ବ୍ରାଜିଲ୍‌, ତୁର୍କୀ, ଅଷ୍ଟ୍ରେଲିଆ, ସିଙ୍ଗାପୁର ଓ ଚିଲିର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ। ଏଥିରେ ବାଣିଜ୍ୟ, ଆତଙ୍କବାଦ ନିରୋଧୀ କାର୍ଯ୍ୟକ୍ରମ, ପ୍ରତିରକ୍ଷା, ସାମୁଦ୍ରିକ ସୁରକ୍ଷା ଏବଂ କ୍ରୀଡ଼ା ଆଦି ପ୍ରସଙ୍ଗ ସ୍ଥାନ ପାଇଥିଲା। ପ୍ରଥମେ ମୋଦି ଇଣ୍ଡୋନେସିଆ ରାଷ୍ଟ୍ରପତି ଜୋକୋ ଓ୍ବିଡୋଡୋଙ୍କୁ ଭେଟି ଆଲୋଚନା କରିଥିଲେ। ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା ଏବଂ ସାମୁଦ୍ରିକ ସୁରକ୍ଷା ନେଇ ଦ୍ୱିପାକ୍ଷିକ ସହଯୋଗକୁ ଅଧିକ ଦୃଢ଼ୀଭୂତ କରିବା ଲାଗି ଉଭୟ ନେତା ରାଜି ହୋଇଥିଲେ। ଏହା ପରେ ସେ ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ ସହ ବାଣିଜ୍ୟ, ପୁଞ୍ଜିନିବେଶ, କୃଷି, ଜଳବାୟୁ ପରିବର୍ତ୍ତନ ପରିପ୍ରେକ୍ଷୀରେ ଜୈବ ଇନ୍ଧନ ଆଦି ସମ୍ପର୍କରେ ଆଲୋଚନା କରିଥିଲେ। ସେହିପରି ତୁର୍କୀ ରାଷ୍ଟ୍ରପତି ରେସେପ୍‌ ଟାୟିପ୍‌ ଏର୍ଡୋଗାନଙ୍କ ସହ ବାଣିଜ୍ୟ, ପ୍ରତିରକ୍ଷା, ଆତଙ୍କବାଦ ନିରୋଧୀ କାର୍ଯ୍ୟକ୍ରମ ଆଦି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଦୁଇଦେଶର ବନ୍ଧୁତାରେ ଯଥେଷ୍ଟ ଉନ୍ନତି ହୋଇଥିବା ଉଭୟ ନେତା କହିଥିଲେ।
ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍‌ଙ୍କ ସହ ବୈଠକ ବେଳେ କ୍ରୀଡ଼ା, ଖଣି ପ୍ରଯୁକ୍ତି, ପ୍ରତିରକ୍ଷା ଓ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସାମୁଦ୍ରିକ ସହଯୋଗ ନେଇ ଆଲୋଚନା ହୋଇଥିଲା। ମୋଦି କେତେ ଭଲ ବୋଲି ମୋରିସନ୍‌ ହିନ୍ଦୀରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରି କହିଥିଲେ। ଦୁଇ ନେତା ଏକାଠି ଉଠାଇଥିବା ସେଲ୍‌ଫିକୁ ମୋରିସନ ଟୁଇଟ୍‌ କରିଛନ୍ତି। ଏହାପରେ ମୋଦି ତାଙ୍କର ସିଙ୍ଗାପୁର ପ୍ରତିପକ୍ଷ ଲି ସିଏନ୍‌ ଲୁଙ୍ଗ ଏବଂ ଚିଲି ରାଷ୍ଟ୍ରପତି ସେବାଷ୍ଟିଆନ୍‌ ପିନେରାଙ୍କ ସହ ଭାବ ବିନିମୟ କରିବା ସହ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ଆଲୋଚନା କରିଥିଲେ।
ଶୁକ୍ରବାର ପ୍ରଧାନମନ୍ତ୍ରୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌, ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗଙ୍କ ସମେତ ଅନ୍ୟ ନେତାମାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri