ଜୀବନବିନ୍ଦୁରେ ୩୦ୟୁନିଟ୍‌ ରକ୍ତ ସଂଗ୍ରହ: ୨ ପରିବାରରୁ ୬ଜଣ କଲେ ରକ୍ତଦାନ

କେନ୍ଦୁଝର, ୨୬ା୪(ଡି.ଏନ.ଏ.)-ପବିତ୍ର ଅକ୍ଷୟତୃତୀୟା ଅବସରରେ କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ ଆନୁକୂଲ୍ୟରେ ଜୀବନବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ ୩୦ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଛି। ଦୁଇ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମୁଖ୍ୟଙ୍କ ପରିବାରରୁ ୩ଜଣ ଲେଖାଏ ୬ଜଣ ରକ୍ତଦାନ କରି ଉଦାହରଣ ସୃଷ୍ଟି କରିଛନ୍ତି। ଧରିତ୍ରୀ ମହାନ୍ତ, ତାଙ୍କ ସ୍ବାମୀ ମଧୁସୂଦନ ମହାନ୍ତ ଓ ଜ୍ୱାଇଁ ଅଜିତ ମହାନ୍ତ ରକ୍ତଦାନ କରିଥିବା ବେଳେ କବିତା ମହାକୁଡ, ତାଙ୍କ ଝିଅ ପଙ୍କଜିନୀ ମହାକୁଡ ଓ ଜ୍ୱାଇଁ କମଳଲୋଚନ ମହାକୁଡ ରକ୍ତଦାନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କାଳନ୍ଦି ଚରଣ ପୃଷ୍ଟି, ସୁଜିତ କୁମାର ନାୟକ, ଗୋଲକ ବିହାରୀ ହାଇବୁରୁ, ଦିଲ ବାହାଦୂର ସିଂହ, ସୁମନ କୁମାର ଉପାଧ୍ୟାୟ, ବିଶାଳ କୁମାର ମିଶ୍ର, ଲିଲି ନାୟକ, ଦିବ୍ୟଲୋଚନ ରଣା ପ୍ରମୁଖ ରକ୍ତଦାନ କରିଥିଲେ। ଏଥିରେ ଜିଲା ବିଜେଡି ସଭାପତିି ମାଧବ ସର୍ଦ୍ଦାର, ବିଜେଡି ରାଜ୍ୟ ସମ୍ପାଦକ ଆଶିଷ ଚକ୍ରବର୍ତ୍ତୀ, ଜିଲା ବିଜେଡି ସମ୍ପାଦକ ଦେବାଶିଷ ପଟ୍ଟନାୟକ, ନଗର ବିଜେଡି ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ, ଜଗଦୀଶ ଆପଟ୍ଟ, ଚକ୍ରଧର ପରିଡା, କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି କାନନ ବିହାରୀ ପହି, ସମ୍ପାଦକ ନାରାୟଣ ମଢେଇ, ଅଟଳ ଶତପଥି ପ୍ରମୁଖ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଜିଲା ରକ୍ତଭଣ୍ଡାର ଅଧିକାରୀ ଡାକ୍ତର ଅନୁଜା ତ୍ରିପାଠୀ, ଏମଆଇଏସ ସ୍ନିଗ୍ଧା ରାୟ, ଦୀପ୍ତିମୟୀ, ସହାୟକ ଶଙ୍କର୍ଷଣ ନାୟକ ପ୍ରମୁଖ ଶିବିରକୁ ପରିଚାଳନା କରିଥିଲେ। ଦୁଇଟି ପରିବାରର ୬ଜଣ ସ୍ବେଚ୍ଛାକୃତ ରକ୍ତଦାନ କରିଥିବାରୁ ସମବାୟ ସଂଘ ବିଦାୟୀ ସଭାପତି ଧୀରେନ୍ଦ୍ର ରାଉତ ଅଭିନନ୍ଦନ ଜଣାଇଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରକ୍ତଦାନ ଶିବିରକୁ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri