ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ୩୧ ୟୁନିଟ୍‌ ରକ୍ତ ସଂଗୃହୀତ

ପାଟଣା,୨୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ମୁଖ୍ୟାଳୟ ସ୍ଥିତ ପଞ୍ଚାୟତ ସମିତି ମହାବିଦ୍ୟାଳୟରେ ବୁଧବାର ସାହାରପଡା ବ୍ଲକ ବିଜେଡି ତରଫରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ମାଧ୍ୟମରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ ସଂକ୍ରମଣ ସକାଶେ ଏବେ ଲକ୍‌ଡାଉନ୍‌ ସମୟ ଚାଲିଥିବାବେଳେ ଜିଲା ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବକୁ ଭରଣା କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମକୁ ହାତକୁ ନିଆଯାଇଛି ବୋଲି ପାଟଣା ବିଧାୟକ ଜଗନ୍ନାଥ ନାଏକ ସୂଚନା ଦେଇଛନ୍ତି। ରକ୍ତଦାନ ଶିବିରରେ ବୁଧବାର ସାମାଜିକ ଦୂରତ୍ୱ ଅବଲମ୍ବନ କରି ମୋଟ ୩୧ ୟୁନିଟ ରକ୍ତ ସଂଗୃହୀତ ହୋଇଛି। ଏହି ରକ୍ତଦାନ ଶିବିରରେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର, ରାଜ୍ୟ ବିଜେଡି ସମ୍ପାଦକ ଆଶିଷ ଚକ୍ରବର୍ତ୍ତୀ, ବିଜେଡି ନେତା ସୌମ୍ୟ ଶଙ୍କର ଚକ୍ର, ନେତ୍ରୀ କିରଣବାଳା ସିଂ, ମିନା ମାଝୀ, ଯୁବନେତା କରୁଣା ସାଗାର ଖାଟୁଆ, ସୌମ୍ୟ ରଞ୍ଜନ ରାଉତ, ହିମାଂଶୁ ଶେଖର ବେହେରା, ପୂର୍ବତନ ବ୍ଲକ ଅଧକ୍ଷ ଦୀପକ ରାଜ ଓ ପ୍ରମୋଦ ଖାଟୁଆ ପ୍ରମୁଖ ଯୋଗଦେଇ ରକ୍ତଦାନ ଶିବିର କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ। ପାଟଣା ଥାନାଧିକାରୀ ସାରାଣୀ ଜେନା ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ।