ଜୀବନ୍‌କେ ପାଏନ୍‌ ଛଡ଼େଇ ଭଂଗା ଘରେ ରହୁଛନ୍‌: ଆନନ୍ଦ ଲାଗି ସାତ୍‌ସପନ ଆବାସ ଘର

ଅତାବିରା, ୨୨।୬ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ ଦୁଖି, ନିଅଁାସିମାନକୁ ଆବାସ ଯୋଜନାରେ ସାମିଲ କରି ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌ ଜାଗାରେ କେହେନ୍‌ସି କାରନ୍‌ରୁ ହକ୍‌ଦାର ହିତାଧିକାରୀ ଯୋଜନାରୁ ବାଦ୍‌ ପଡ଼ୁଛନ୍‌। ସେମାନେ ଦରକାରୀ କାଗଜପତର ଧରି ପଁଚେତ୍‌ରୁ ବ୍ଲକ ଅଫିସ ନରଦି ନରଦି ନିରାଶ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଦେଶପଥର୍ଲାରେ।
ସୂଚନା ଅନ୍‌ସାରେ ଗଁାର ଆନନ୍ଦ ଦାଶ(୬୦)। ପରିବାର କହେଲେ ମାଏକିନା ଅଯୋଧ୍ୟା(୫୫) ଆର ୩ ଝି’କେ ନେଇ ତାକର ସଁସାର। ବଡ଼ଖା ଝି’ ବିହାଚୁରା ହେଇ ଶାଶ୍‌ ଘରେ ଖଟୁଥିଲାବେଲେ ବାକି ଦୁଇ ଝି’ ଘରେ ଅଛନ୍‌। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ଗୁଟେ ନଡ଼ାଛପର୍‌ର ମାଏଟ୍‌ କୁରିଆରେ ବଡ଼ାଦୁଖେ ଜୀବନ୍‌ ବିତଉଛନ୍‌। ଅଂଚଲରେ ଗଲା ଗୁରୁବାର ବେଲବୁଡ଼େ ହେଇଥିବାର ବରଷାରେ ତାକର ଘର ଭିତରକେ ପାଏନ୍‌ ପଶି ଯାଇଥିଲା। ଘରର କଁାଥି ଭାଂଗିଯାଇଛେ। କୁଟୁମବସିଆ ରାଏତ୍‌ ସାରା ଉଜାଗର ରହି ପାଏନ୍‌ ଛେଦେଇଥିବାର କହିଛନ୍‌ ଆନନ୍ଦ। ଇଆଡ଼େ ପୈତୃକ ସଁପତି ଭାଗବଁଟା ନାଇଁ ହେଇଥିବାର ଲାଗି ଏହେଦେ ତାକର ପାସେ ଜମିବାଡ଼ି ନାଇଁ କହେଲେ ଚଲେ। ଏନ୍‌ତାଥି ଆନନ୍ଦ ସରକାରୀ ଯୋଜନାରେ ପକାଘର ଖଁଡ଼େ ପାଏବାର ଲାଗି ଅନେକ ଥର ପଁଚେତ୍‌ରୁ ବ୍ଲକ ତକ୍‌ ଗୁହାରି କରି ନିରାଶ ହେଇଛନ୍‌। ଏନ୍‌ତା କି ସେ ଥାନୀୟ ନେତାମାନକୁ ବି ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ ଭେଡ଼େନ ବ୍ଲକ ବିଡିଓ ମୂରଲୀଧର ନାୟକକୁଁ ପଚରାଲାରୁ ଯଦି ତାକର ନଁା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାରେ ଥିବା ତ ନିହାତି ଭାବେ ଆବାସ ଘରଟେ ଯୁଗେଇ ଦିଆଯିବା। ନାଇଁହେଲେ ବିଜୁ ପକାଘର ଯୁଗେଇ ଦେବାରଲାଗି ହେଲେ ସର୍ଭେ ଉତାରୁ ପଦକ୍ଷେପ ନିଆଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା, ଛାତ୍ର ଅଟକ

ସମ୍ବଲପୁର,୪ା୧୨: ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ ଜଣେ ଛାତ୍ର ଅଟକ ଅଛନ୍ତି। ଛାତ୍ରୀଙ୍କୁ ଛାତ୍ର ଜଣଙ୍କ ପ୍ରବଳ ମାଡ଼ ମାରିଥିବା ବୁର୍ଲା...

ମା’ର ମର୍ଡର ଦେଖିଦେବାରୁ ଆମ ଭାଣିଜୀକୁ ମାରିଦେଲେ, ଏମିତି ଅଭିଯୋଗ ଆଣି ମାମୁ-ମାଇଁ କହିଲେ…

ସମ୍ବଲପୁର,୪ା୧୨(ପ୍ରମୋଦ ବହିଦାର): ଅଇଁଠାପାଲି ଥାନା ଅନ୍ତର୍ଗତ ଶାନ୍ତିନଗର ଗଳିର ଏକ ନାଳରୁ ବୁଧବାର ସକାଳେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେ ହେଉଛନ୍ତି ଶାନ୍ତିନଗର...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର,୧।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଧାନ ସଂଗ୍ରହ ପକ୍ରିୟାରେ ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଚାଷୀ...

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ମିଳିଲା ଗ୍ରେଡ୍‌ ‘ଏ’ ମାନ୍ୟତା

ସମ୍ବଲପୁର,୨୭ା୧୧: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟକୁ ନାକ୍‌ ଗ୍ରେଡ ଏ’ ମାନ୍ୟତା ମିଳିଛି। ଏନେଇ ଡେପୁଟି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ହେବା ପରେ...

ରୋଷେଇ ଛାଡି ଫୋନ୍‌ରେ ଅଧିକ କଥା ହେବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଜମନକିରା,୨୭ା୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ରୋଷେଇ ଛାଡ଼ି ମୋବାଇଲ ଫୋନ୍‌ରେ କଥା ହେଉଥିଲେ ସ୍ତ୍ରୀା ରୋଷେଇ କରିବାକୁ କହିବାରୁ ନ ଶୁଣି ଫୋନ୍‌ରେ ଗପିଚାଲିଥିଲେ। ଏଥିରେ ରାଗି...

ଟ୍ରକ୍‌ ପଛରେ ପିଟିହେଲା ଆମ୍ବୁଲାନ୍ସ: ଚାଲିଗଲା ଜଣଙ୍କ ଜୀବନ, ୫ ଗୁରୁତର

ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଶନିବାର ଭୋର୍‌ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ଅନ୍ୟ ୫...

ପୁଣି ବ୍ରାଉନସୁଗାର ଜବତ: ୩ ମହିଳାଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧୧(ପ୍ରମୋଦ ବହିଦାର): ସମ୍ବଲପୁରରେ ମଙ୍ଗଳବାର ପୁଣି ଜବତ ହୋଇଛି ବ୍ରାଉନସୁଗାର। ପୋଲିସ ସୁନାପାଲିର ମହମ୍ମଦ ସୋହେଲ ଓ ମହମ୍ମଦ ନୁମାଲଙ୍କ ଅଟକ ରଖି ପଚରାଉଚରା କରୁଛି।...

ଜଙ୍ଗଲରେ ପଡିଛି ଦନ୍ତା ହାତୀର ମୃତଦେହ

ରେଢ଼ାଖୋଲ,୧୮।୧୧: ସମ୍ବଲପୁର ଜିଲା ବଡ଼ବାହାଲ ରେଞ୍ଜ ବଡ଼କୁଡ଼ା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି। ମୃତ ଦନ୍ତା ହାତୀର ବୟସ ୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri