ଜୀବନ ଗଲା ପରେ ପ୍ରଶାସନର ଚେତା ପଶିଲା:ଭାରିଯାନ ଚଳାଚଳ ଉପରେ ଅଙ୍କୁଶ

ବନ୍ତ, ୯।୭ (ସ୍ବ.ପ୍ର.) – ଭଦ୍ରକ-ଆନନ୍ଦପୁର ୫୩ ନମ୍ବର ରାଜ୍ୟ ରାଜପଥରେ ରବିବାର ରାତିରେ ହାଇୱା ଚାପାରେ ଜଣେ ଯୁବକଙ୍କ ମୃତ୍ୟୁ ପରେ ପ୍ରଶାସନର ଚେତା ପଶିଛି। ଲୋକଙ୍କ ଦୀର୍ଘଦିନର ଦାବିକୁ ଗୁରୁତ୍ୱ ଦେଇ ଜିଲା ପ୍ରଶାସନ ଓ ପୋଲିସ ସୋମବାରଠାରୁ ସକାଳ ୮ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଭାରିଯାନ ଚଳାଚଳ ବନ୍ଦ ରଖିଛି।
ଏହି ରାଜ୍ୟ ରାଜପଥର ଟିଲୋ କେନାଲ ଛକଠାରେ ରବିବାର ରାତିରେ ଏକ ବାଲି ବୋଝେଇ ହାଇୱା ଚାପାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣଙ୍କ ଓଡ଼ଙ୍ଗ ପଞ୍ଚାୟତ ଏରଝାଟିଆ ଗ୍ରାମର ପ୍ରଭାତ ମହାନ୍ତି(୨୧) ଓ ଆହତ ଯୁବକ ଟିଲୋ ଗ୍ରାମର ଅବିନାଶ ନାଥ ବୋଲି ଜଣାଯାଇଛି। ସୂଚନା ଅନୁସାରେ, ପ୍ରଭାତ ଏକ ଲୁନାରେ ବନ୍ତ ଆସୁଥିବା ବେଳେ ଅବିନାଶ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। କେନାଲ ଛକ ନିକଟରେ ଦୁଇ ବାଇକ୍‌ ମୁହଁାମୁହିଁ ଧକ୍କା ହେବାରୁ ସେମାନେ ରାସ୍ତା ଉପରେ ପଡ଼ିଯାଇଥିଲେ। ଏହି ସମୟରେ ବନ୍ତରୁ ଭଦ୍ରକ ଆଡ଼କୁ ଦ୍ରୁତଗତିରେ ଯାଉଥିବା ଏକ ହାଇୱା ପ୍ରଭାତଙ୍କ ଉପରେ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଆହତ ଅବିନାଶଙ୍କୁ ପ୍ରଥମେ ବନ୍ତ ଓ ପରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚିବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଲାଗି ଦାବି କରିଥିଲେ। ଏଥିସହ ଏହି ରାସ୍ତାରେ ଭାରିଯାନ ଚଳାଚଳ ବନ୍ଦ ଦାବି କରି ଜିଦ୍‌ରେ ଅଟଳ ରହିଥିଲେ। ବିଡିଓ ରେବେକା ବିଲୁଙ୍ଗ ସେଠାରେ ପହଞ୍ଚି ଜିଲା ପ୍ରଶାସନ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ପ୍ରଦାନ କରାଯିବା ସହ ସକାଳ ୮ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭାରିଯାନ ଚଳାଚଳ ବନ୍ଦ ରଖାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ପରେ ଜିଲା ରେଡ୍‌କ୍ରସରୁ ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଥିବା ଜଣାଯାଇଛି। ବନ୍ତ ଥାନା ପୋଲିସ ଦୁର୍ଘଟଣା ଘଟାଇଥିବା ଗାଡ଼ି ଓ ଚାଳକଙ୍କୁ ଥାନାକୁ ନେଇ ଅଟକ ରଖିଛି। ମୃତ ପ୍ରଭାତଙ୍କ ବାପା ନରେନ୍ଦ୍ରଙ୍କ ଅଭିଯୋଗ କ୍ରମେ ଥାନାରେ ଏକ ମାମଲା (ନଂ.୭୮/୧୯) ରୁଜୁ ହୋଇଥିବା ଥାନାଧିକାରୀ ଗଣେଶ୍ୱର ପ୍ରଧାନ ସୂଚନା ଦେଇଛନ୍ତି। ସୋମବାର ସକାଳ ୮ଟାରୁ ଭାରିଯାନ ବନ୍ଦ ରହିବାରୁ ବନ୍ତ-ଆନନ୍ଦପୁର ରାସ୍ତାର ଶ୍ରୀବନ୍ତପୁର ଛକଠାରେ ବହୁସଂଖ୍ୟାରେ ଭାରିଯାନ ଅଟକି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri