ଜୀବନ, ଜୀବିକାର ଉଦାହରଣ ସୃଷ୍ଟି କରିଛି ଏସ୍‌ଏଚ୍‌ଜି

ଦେବଗଡ଼,୮ା୫(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ଜୀବନ ଓ ଜୀବିକାର ଆଉ ଏକ ଉଦାହରଣ ସୃଷ୍ଟି କରିଛନ୍ତି ରିଆମାଲ ବ୍ଲକ ଆଡସ ଗ୍ରାମପଞ୍ଚାୟତ ସିଆରିଆ ଗ୍ରାମର ବିଶ୍ୱ ମା’ତାରିଣୀ ସ୍ବୟଂ ସହାୟକ ଗୋଷ୍ଠୀ। କରୋନା ସଂକ୍ରମଣକୁ ପ୍ରତିହତ ପାଇଁ ଲାଗୁ କରାଯାଇଥିବା ଲକ୍‌ଡାଉନର ସମସ୍ତ ନିୟମକୁ ଶୃଙ୍ଖଳାର ସହିତ ପାଳନ କରି ସେମାନେ ଗାଁ କଟାରେ ବୈଷୟିକ ଜ୍ଞାନ କୌଶଳରେ ମାଛଚାଷ କରି ଭଲ ରୋଜଗାର କରିପାରିଛନ୍ତି । ଜିଲା ମତ୍ସ୍ୟ ବିଭାଗର ସୂଚନା ଅନୁଯାୟୀ ଗ୍ରାମପଞ୍ଚାୟତ ପୋଖରୀ ଓ ଅନ୍ୟାନ୍ୟ ଜଳଉତ୍ସରେ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ମାଛଚାଷ ଯୋଜନାରେ ୨୦୧୯-୨୦ ଆରମ୍ଭ ହୋଇଥିଲା। ପଞ୍ଚାୟତ ଅଧୀନସ୍ଥ ଗାଁ କଟାକୁ ୫ ବର୍ଷ ପାଇଁ ସ୍ବୟଂ ସହାୟକ ଗୋଷ୍ଠୀ ଲିଜ୍‌ ସୂତ୍ରରେ ନେଇ ମାଛଚାଷ ଆରମ୍ଭ କରିଥିଲେ। ମତ୍ସ୍ୟ ବିଭାଗ ପକ୍ଷରୁ ସେମାନଙ୍କୁ ଆବଶ୍ୟକୀୟ ବୈଷୟିକ ଜ୍ଞାନ କୌଶଳ ଏବଂ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ରିହାତି ଯୋଗାଇ ଦିଆଯାଇଥିଲା। ମାଛଚାଷର ପ୍ରଥମ ଅମଳରୁ ସେମାନେ ୫ କୁଇଣ୍ଟାଲ ମାଛ ସେହି ଗ୍ରାମରେ ହିଁ ବିକ୍ରୟ କରି ୭୦ ହଜାର ଟଙ୍କା ରୋଜଗାର କରିପାରିଛନ୍ତି। ୧୦ଜଣ ସଦସ୍ୟ ବିଶିଷ୍ଟ ଏହି ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟମାନେ ଏଥିପାଇଁ ବେଶ୍‌ ଉତ୍ସାହିତ ଅଛନ୍ତି। ଆଗାମୀ ଦିନରେ ଆହୁରି ଭଲ ଭାବେ ମାଛଚାଷ କରି ପରବର୍ତ୍ତୀ ଅମଳରେ ଅଧିକ ରୋଜଗାର କରିବାର ଲକ୍ଷ୍ୟ ରଖିଛନ୍ତି ବୋଲି ଜିଲା ମତ୍ସ୍ୟ ଅଧିକାରୀ ନରୋତ୍ତମ ନାୟକ ପ୍ରକାଶ କରିଛନ୍ତି। ଲକ୍‌ଡାଉନ ସମୟରେ ଏହି ସ୍ବୟଂ ସହାୟକ ଗୋଷ୍ଠୀର ଆର୍ଥିକ ଉପାର୍ଜନ ଗ୍ରୁପର ମହିଳାମାନଙ୍କ ମୁହଁରେ ହସ ଫୁଟାଇ ପାରିବା ସହ ଅନ୍ୟ ସ୍ବୟଂ ସହାୟକ ଗୋଷ୍ଠୀ ପାଇଁ ଏକ ଉଦାହରଣ ସୃଷ୍ଟି କରିପାରିଛି। ସୂଚନାଯୋଗ୍ୟ, ଅଧିକ ମାଛ ଉପତ୍ାଦନ ସହିତ ପୃଷ୍ଟି ସାଧନ ଓ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ମହିଳାମାନଙ୍କୁ ସ୍ବାବଲମ୍ବୀ ଓ ଅଧିକ ରୋଜଗାରକ୍ଷମ କରିବା ଏହି ଯୋଜନାର ମୂଳଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?