ଜୀବନ ନେଉଛି ପ୍ରାକୃତିକ ବିପତ୍ତି: ୧୦ବର୍ଷରେ ୧୧,୪୪୦ ମୃତ; ସବୁ ଗାଁରେ ଗଠନ ହେବ ବିପର୍ଯ୍ୟୟ ପରିଚାଳନା କମିଟି

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୧୧,୪୪୦ ଜଣଙ୍କ ଜୀବନ ଯାଇଛି। ଏଥିଯୋଗୁ କେବଳ ୨୦୧୯-୨୦ରେ ୧୫୫୦ ଜଣଙ୍କର ପ୍ରାଣହାନି ହୋଇଛି। ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ୨୦୧୧-୧୨ରେ ୫୦୧ ଜଣଙ୍କର ଜୀବନ ଯାଇଥିବା ବେଳେ ୨୦୧୨-୧୩ରେ ୪୪୪, ୨୦୧୩-୧୪ରେ ୫୩୮, ୨୦୧୪-୧୫ରେ ୪୮୨, ୨୦୧୫-୧୬ରେ ୧୩୩୬, ୨୦୧୬-୧୭ରେ ୧୭୧୦, ୨୦୧୭-୧୮ରେ ୨୩୨୫, ୨୦୧୮-୧୯ରେ ୨୫୫୦, ୨୦୧୯-୨୦ରେ ୧୫୫୦ ଜଣଙ୍କର ଦୈବବିପତ୍ତି ଯୋଗୁ ମୃତ୍ୟୁ ଘଟିଛି।

ତେବେ ଗତ କିଛି ବର୍ଷ ହେବ ରାଜ୍ୟରେ ବଜ୍ରପାତ ଓ ସର୍ପାଘାତ ମହାବିପର୍ଯ୍ୟୟ ଭାବେ ଦେଖାଦେଇଛି। ଏଥିରେ ଗତ ୧୦ ବର୍ଷ ମଧ୍ୟରେ ୬୧୧୯ ଜଣଙ୍କର ଜୀବନ ଯାଇଛି। ସଚେତନତା ଅଭାବରୁ ଏହି ଦୁଇ ବିପତ୍ତିଜନିତ ମୃତ୍ୟୁ ସଂଖ୍ୟା ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତପକ୍ଷ (ଓସ୍‌ଡମା) ପକ୍ଷରୁ ଗ୍ରାମାଞ୍ଚଳରେ ଗ୍ରାମ ବିପର୍ଯ୍ୟୟ ପରିଚାଳନା ଯୋଜନା(ଭିଡିଏମ୍‌ପି) କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରଥମ ପର୍ଯ୍ୟାୟରେ ୧୦ ହଜାର ସମ୍ବେଦନଶୀଳ ଗ୍ରାମକୁ ସାମିଲ କରାଯିବ। ପରବର୍ତ୍ତୀ ସମୟରେ ରାଜ୍ୟର ୫୦ ହଜାର ଗ୍ରାମକୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ। ଏଥିରେ ଗ୍ରାମର ଯୁବତୀ ଯୁବକମାନଙ୍କୁ ସାମିଲ କରାଯିବ। ସେମାନଙ୍କୁ ଜିଲା ଓ ରାଜ୍ୟସ୍ତରରେ ପ୍ରଶିକ୍ଷଣ ଦିଆଯିବ। ଭିଡିଏମ୍‌ପିରେ ସ୍ବୟଂ ସହାୟକ ଗୋଷ୍ଠୀଗୁଡିକୁ ସାମିଲ କରାଯିବ। ଏହି ଯୋଜନାରେ ଗଠିତ ବିପର୍ଯ୍ୟୟ ପରିଚାଳନା ଗୋଷ୍ଠୀରେ ସଚେତନତାଠାରୁ ଆରମ୍ଭ କରି ଉଦ୍ଧାର, ଗବେଷଣା, ସୂଚନା ଆଦି ବିଷୟରେ ସ୍ବତନ୍ତ୍ର ଟିମ୍‌ ଗଠନ କରାଯିବ। ସେମାନେ ପ୍ରାକୃତିକ ବିପର୍ଯ୍ୟୟ ସମ୍ପର୍କରେ ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ଅଧିକାରୀଙ୍କୁ ଜଣାଇବେ। ବିପତ୍ତି ଆସିବା ପୂର୍ବରୁ ଓ ପରେ ଲୋକମାନଙ୍କୁ ସଚେତନ କରାଯାଇ ପାରିବ। ଫଳରେ ରାଜ୍ୟରେ ପ୍ରାକୃତିକ ବିପତ୍ତି ଯୋଗୁ ହେଉଥିବା ମୃତ୍ୟୁକୁ ଅନେକାଂଶରେ ହ୍ରାସ କରାଯାଇ ପାରିବ ବୋଲି ଡେପୁଟି ରିଲିଫ୍‌ କମିଶନର ପ୍ରଭାତ ରଞ୍ଜନ ମହାପାତ୍ର କହିଛନ୍ତି।

୨୦୧୧ରୁ ଏ ପର୍ଯ୍ୟନ୍ତ କେବଳ ବଜ୍ରପାତ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ୩୧୯୮ ଜଣଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ ସାପ କାମୁଡା ଆଉ ଏକ ଭୟଙ୍କର ପ୍ରାକୃତିକ ବିପତ୍ତି ଭାବେ ଦେଖାଦେଲାଣି। ସର୍ପ ଦଂଶନରେ ବହୁ ଲୋକଙ୍କର ପ୍ରାଣହାନି ଘଟୁଛି। ଉପଯୁକ୍ତ ଚିକିତ୍ସା ଅଭାବ, ଗୁଣିଗାରେଡି ଏବଂ ଡାକ୍ତରଖାନାରେ ସାପ କାମୁଡା ଔଷଧ ଅଭାବ ଯୋଗୁ ରାଜ୍ୟରେ ସାପ କାମୁଡା ଜନିତ ମୃତ୍ୟୁ ବଢି ଚାଲିଛି। ସ୍ବତନ୍ତ୍ର ରିଲିଫ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୨୦୧୫ରୁ ଏ ପର୍ଯ୍ୟନ୍ତ ରାଜ୍ୟରେ ସାପ କାମୁଡାରେ ୩,୪୨୧ ଜଣଙ୍କର ମୃତ୍ୟୁ ହୋଇଛି। ୨୦୧୫-୧୬ରେ ସାପ କାମୁଡାରେ ୪୮୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୧୬-୧୭ରେ ୬୧୦, ୨୦୧୭-୧୮ରେ ୮୩୭, ୨୦୧୮-୧୯ରେ ୮୮୬ ଏବଂ ୨୦୧୯-୨୦ରେ ୬୦୩ ଜଣଙ୍କର ମୃତ୍ୟୁ ଘଟିଛି। ରାଜ୍ୟ ସରକାର ଏହାକୁ ୨୦୧୫ରୁ ପ୍ରାକୃତିକ ବିପତ୍ତି ଭାବେ ଘୋଷଣା କରିଛନ୍ତି। ସାପ କାମୁଡାରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଘୋଷଣା କରାଯାଇଛି। ସାପ କାମୁଡାରେ ମୟୂରଭଞ୍ଜ ଜିଲା ଆଗରେ ରହିଛି। ୨୦୧୯ ନଭେମ୍ବର ୨୧ ପର୍ଯ୍ୟନ୍ତ ଏହି ଜିଲାରେ ୩୧୨ ଜଣଙ୍କର ସାପ କାମୁଡାରେ ମୃତ୍ୟୁ ହୋଇଛି। ଏହା ତଳକୁ ଗଞ୍ଜାମ ୨୮୭, ବାଲେଶ୍ୱର ୨୬୬, ଅନୁଗୋଳ ୧୦୨, ଭଦ୍ରକ ୧୩୫, ଢେଙ୍କାନାଳ ୧୦୨, ଯାଜପୁର ୧୧୬, କେନ୍ଦୁଝର ଜିଲାରେ ସର୍ବାଧିକ ୧୬୩ ଜଣଙ୍କର ମୃତ୍ୟୁ ହୋଇଛି। ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇପାରିଲେ ସାପ କାମୁଡାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବ ବୋଲି ଡେପୁଟି ରିଲିଫ୍‌ କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri