ଜୀବନ ପରିବର୍ତ୍ତେ ଜୀବିକାକୁ ପ୍ରାଧାନ୍ୟ

ଅନୁଗୋଳ ଅଫିସ, ୧୭।୬
କରୋନା ମହାମାରୀ ସମୟରେ ଜୀବନ ବଡ଼ ନା ଜୀବିକା। ଏ ନେଇ ଥିବା ଦ୍ୱନ୍ଦ୍ୱ ଦୂର ହୋଇ ନ ଥିବାବେଳେ ଜୀବିକାକୁ ପ୍ରାଧାନ୍ୟ ଦେଇ କର୍ମସ୍ଥଳୀ ଅନୁଗୋଳରେ ପହଞ୍ଚିଛନ୍ତି ପଶ୍ଚିମବଙ୍ଗ ମେଦିନପୁର ଅଞ୍ଚଳର ଶମ୍ଭୁନାଥ ଭୂୟାଁ। ନିଜ ସାଇକେଲରେ ସେ ଦୀର୍ଘ ୪୪୩ କିଲୋମିଟର ଅତିକ୍ରମ କରି ଅନୁଗୋଳରେ ପହଞ୍ଚିବା ପରେ ତାଙ୍କୁ ୭ ଦିନ ପାଇଁ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି। ପରିବାର ପ୍ରତିପୋଷଣ ଚିନ୍ତା ତାଙ୍କୁ କର୍ମକ୍ଷେତ୍ରକୁ ଟାଣି ଆଣିଥିବା ଶମ୍ଭୁନାଥ କହିଛନ୍ତି।
ଶମ୍ଭୁନାଥଙ୍କ କହିବା ଅନୁଯାୟୀ, ଅନୁଗୋଳରେ ସେ ବ୍ୟାଗ ସିଲେଇ କାମ କରନ୍ତି। ପାରିଶ୍ରମିକ ଭାବେ ଯାହା ପାଆନ୍ତି ସେଥିରେ ତାଙ୍କ ପରିବାର ଚଳିଥାଏ। ଲକ୍‌ଡାଉନ ଘୋଷଣା ପୂର୍ବରୁ ସେ ଘରକୁ ଯାଇଥିଲେ। ଏହାପରେ କଟକଣା ଯୋଗୁ ଆଉ ଫେରିପାରି ନ ଥିଲେ। କରୋନା ସଂକ୍ରମଣ ଭୟରେ ସେ ୩ ମାସ ଘରେ ବସିରହିଥିଲେ। ହେଲେ ପରିବାର ଚଳାଇବା କଷ୍ଟକର ହୋଇପଡିବାରୁ ସେ ଜୀବନକୁ ବିପଦରେ ପକାଇ ଜୀବିକା ବଞ୍ଚାଇବାକୁ ଇଚ୍ଛା ପ୍ରକାଶ କରିଥିଲେ। ସେଥିପାଇଁ ସାଇକେଲଟିଏ ଧରି ଅନୁଗୋଳ ଅଭିମୁଖେ ବାହାରି ପଡ଼ିଥିଲେ। ୩ ଦିନ ଧରି ସାଇକେଲ ଚଳାଇ ଓ ଚା’ ବିସ୍କୁଟ ଖାଇ ସେ ଅନୁଗୋଳରେ ପହଞ୍ଚିଥିଲେ। ରାତିରେ ସାଇକେଲ ଚଳାଇବାକୁ ଭୟ ଲାଗୁଥିଲେ ମଧ୍ୟ ବାଧ୍ୟହୋଇ ସେ ଦୀର୍ଘ ପଥ ଅତିକ୍ରମ କରିଥିଲେ। ରାତି ଅଧିକ ହେଲେ ରାସ୍ତା ପାର୍ଶ୍ୱରେ ଶୋଇପଡୁଥିଲେ। ଅନୁଗୋଳରେ ପହଞ୍ଚତ୍ବା ପରେ ପୌରପାଳିକା ପକ୍ଷରୁ ତାଙ୍କୁ କ୍ବାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ୭ ଦିନିଆ ସଙ୍ଗରୋଧ ଶେଷ ହେବା ପରେ ସେ ଅନୁଗୋଳ ବଜାରରେ ବ୍ୟାଗ ସିଲେଇ କରି କିଛି ରୋଜଗାର କରିବେ ବୋଲି ଶମ୍ଭୁନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri