Posted inଜାତୀୟ

ଜୀବନ ସାୟାହ୍ନରେ ଅବହେଳିତ: ଦେଶର ୮୯ ପ୍ରତିଶତ ଲୋକ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି

ନୂଆଦିଲ୍ଲୀ,୧୫।୬: ପ୍ରତିବର୍ଷ ଜୁନ୍‌ ୧୫ରେ ବିଶ୍ୱସ୍ତରରେ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର ସଚେତନତା ଦିବସ( ଓ୍ବାଲ୍ଡ ଏଲଡର ଆବ୍ୟୁଜ୍‌ ଆଓ୍ବାରନେସ୍‌ ଡେ) ପାଳନ କରାଯାଇଥାଏ। ୨୦୧୨ରେ ଜାତିସଂଘରେ ଏନେଇ ଏକ ପ୍ରସ୍ତାବ ଆସିଥିଲା। ଏହା ସପକ୍ଷରେ ଉପସ୍ଥିତ ୧୨୭ ସଦସ୍ୟଙ୍କ ମଧ୍ୟରୁ ୬୬ ଜଣ ସଦସ୍ୟ ଦେଇଥିଲେ। ସେବେଠାରୁ ଏହି ଦିବସ ବିଶ୍ୱସ୍ତରରେ ପାଳିତ ହୋଇ ଆସୁଛି। ଜୀବନର ସାୟାହ୍ନରେ ବୟସ୍କ ଅବହେଳିତ ହେଉଛନ୍ତି। ମାତା ପିତାଙ୍କ ପ୍ରତି ଜନ୍ମିତ ସନ୍ତାନ ଅବହେଳା କରୁଛନ୍ତି। ଏନେଇ ହେଲ୍ପ ଏଜ୍‌ ଇଣ୍ଡିଆର ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି । ଭାରତରେ ୮୯ ପ୍ରତିଶତ ଲୋକ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି। ସେହିପରି ୩୫ ପ୍ରତିଶତ ଲୋକ ବୟସ୍କଙ୍କ ସେବା କରିବାରେ କୁଣ୍ଠାବୋଧ କରିଥାନ୍ତି। ଏଥିରେ ସେମାନେ ଖୁସି ଅନୁଭବ କରି ନ ଥାନ୍ତି। ବଂର ବାଧ୍ୟ ହୋଇ ଏପରି କରନ୍ତି। ୨୯ ପ୍ରତିଶତ ଲୋକ ବୟସ୍କ ମାତାପିତାଙ୍କୁ ଘରେ ରଖିବାକୁ ଚାହାଁନ୍ତି ନାହିଁ। ସେହିପରି ୨୫ ପ୍ରତିଶତ ଲୋକ ବୟସ୍କଙ୍କ ବ୍ୟବହାରରେ ଅବସାଦ ବୋଧ ଅନୁଭବ କରିଥାନ୍ତି। କିଭଳି ସେମାନଙ୍କଠାରୁ ନିସ୍ତାର ପାଇବେ ତାହା ଚିନ୍ତା କରନ୍ତି। ଦେଶର ୨୦ଟି ସହରରେ ହୋଇଥିବା ଏହି ସର୍ଭେରେ ୨୦୯୦ ଜଣ ୩୦ରୁ ୪୦ ବୟସ୍କ ଲୋକଙ୍କ ସାମିଲ୍‌ କରାଯାଇଥିଲା। ଏହି ରିପୋର୍ଟ ଦେଶର ସାଧାରଣ ଲୋକଙ୍କ ଭାବୁକ କରାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri