ଜୀବବିଜ୍ଞାନ ପ୍ରତିଷ୍ଠାନର ୧୮ତମ ବାର୍ଷିକ ଅଧିବେଶନ: ଦକ୍ଷ ହେବେ ସ୍କୁଲ୍‌, କଲେଜ ବିଜ୍ଞାନ ଶିକ୍ଷକ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ବିଜ୍ଞାନ ଶିକ୍ଷକଙ୍କୁ ଅଧିକ ଦକ୍ଷ କରିବା ଲାଗି ସ୍ବତନ୍ତ୍ର ତାଲିମ ଦେବେ ରାଜ୍ୟ ସରକାର। ରାଜ୍ୟରେ କାର୍ଯ୍ୟରତ ସ୍କୁଲ ଓ କଲେଜର ବିଜ୍ଞାନ ଶିକ୍ଷକ ଓ ଅଧ୍ୟାପକଙ୍କୁ ଉଚ୍ଚତର ତଥା ଗୁଣାତ୍ମକ ତାଲିମ ଦେବା ନିମନ୍ତେ ବିଜ୍ଞାନ ଓ କାରିଗରି ବିଭାଗ ପକ୍ଷରୁ ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ। ବେଙ୍ଗାଲୁରୁସ୍ଥିତ ଜାତୀୟ ବିଜ୍ଞାନ ପ୍ରତିଷ୍ଠାନ ଓଡ଼ିଶାର ବିଜ୍ଞାନ ଶିକ୍ଷକଙ୍କୁ ଏହି ତାଲିମ ପ୍ରଦାନ କରିବ। ଏ ନେଇ ପ୍ରାରମ୍ଭିକ ଆଲୋଚନା ଶେଷ ହୋଇଥିବା ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି।
ଶୁକ୍ରବାର ପୂର୍ବାହ୍ନରେ ନୂଆଦିଲ୍ଲୀସ୍ଥିତ କେନ୍ଦ୍ର ବିଜ୍ଞାନ ଓ ଶିଳ୍ପ ଗବେଷଣା ପରିଷଦ ବିଜ୍ଞାନ କେନ୍ଦ୍ରରେ ଅନୁଷ୍ଠିତ ଓଡ଼ିଶା ଜୀବବିଜ୍ଞାନ ପ୍ରତିଷ୍ଠାନର ୧୮ତମ ବାର୍ଷିକ ସାଧାରଣ ଅଧିବେଶନରେ ଯୋଗଦେଇ ମନ୍ତ୍ରୀ ପଣ୍ଡା କହିଲେ, ବିଜ୍ଞାନ ଶିକ୍ଷା ଓ ଗବେଷଣାକୁ ଆହୁରି ବ୍ୟାପକ କରିବା ନିମନ୍ତେ କେନ୍ଦ୍ର ସରକାର ଅଧିକ ପ୍ରୋତ୍ସାହନମୂଳକ ପଦକ୍ଷେପ ହାତକୁ ନେବା ଆବଶ୍ୟକ। ରାଜ୍ୟଗୁଡ଼ିକରେ ଅଧିକ ବିଜ୍ଞାନଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ କେନ୍ଦ୍ର ପ୍ରଯତ୍ନ ହେବାକୁ ସେ କହିଥିଲେ। ରାଜ୍ୟ ସରକାର ଜୀବବିଜ୍ଞାନ ପ୍ରତିଷ୍ଠାନର ଇନ୍‌କ୍ୟୁବେଶନ ସେଣ୍ଟର ପ୍ରତିଷ୍ଠା ନିମନ୍ତେ ୨ କୋଟି ଟଙ୍କା ଯୋଗାଇ ଦେଇଛନ୍ତି। ଉତ୍ତର-ପୂର୍ବାଞ୍ଚଳର ବୈଜ୍ଞାନିକ ତଥା ବୈଷୟିକବିତ୍‌ଙ୍କ ନିମନ୍ତେ ତାଲିମ ପ୍ରତିଷ୍ଠାନର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ମନ୍ତ୍ରୀ ପଣ୍ଡା ସୂଚନା ଦେଇଥିଲେ।
କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଜ୍ଞାନ ଓ କାରିଗରି ତଥା ଭୂବିଜ୍ଞାନ ମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏହି ଅଧିବେଶନରେ ପୌରୋହିତ୍ୟ କରିଥିଲେ। ମନ୍ତ୍ରୀ ପଣ୍ଡା କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଓଡ଼ିଶା ଜୀବବିଜ୍ଞାନ ପ୍ରତିଷ୍ଠାନର କାର୍ଯ୍ୟଧାରାକୁ ଅଧିକ ସକ୍ରିୟ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଦାବି ଜଣାଇଥିଲେ। ପରିଚାଳନା ପରିଷଦର ବିଗତ ବୈଠକଗୁଡ଼ିକରେ ଆଗତ ପ୍ରସ୍ତାବଗୁଡ଼ିକ ମଧ୍ୟ ଏଠାରେ ଗୃହୀତ ହୋଇଥିଲା। କେନ୍ଦ୍ର ବିଜ୍ଞାନ ଓ କାରିଗରି ମନ୍ତ୍ରଣାଳୟର ବାୟୋଟେକ୍ନୋଲୋଜି ବିଭାଗ ସଚିବ ତଥା ଭୁବନେଶ୍ୱରସ୍ଥିତ ଜୀବବିଜ୍ଞାନ ପ୍ରତିଷ୍ଠାନର ପରିଚାଳନା ମଣ୍ଡଳୀ ଅଧ୍ୟକ୍ଷ ଡ. ରେଣୁ ସ୍ବରୂପ ବିବରଣୀ ପ୍ରଦାନ କରିଥିଲେ। ପ୍ରତିଷ୍ଠାନ ନିର୍ଦ୍ଦେଶକ ଡ. ଅଜୟ ପରିଡ଼ା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri