ଜୀବିକା ସହଜ ପାଇଁ ସହଯୋଗ କର

ଅନୁଗୋଳ ଅଫିସ, ୭।୫ – ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସଭାଗୃହ ଠାରେ ବ୍ୟାଙ୍କ ସମୂହ ଜିଲା ପରାମର୍ଶଦାତା କମିଟିର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ତାଲା ବନ୍ଦ ଯୋଗୁ ଜିଲାର ଅର୍ଥନୀତି ଲୋକଙ୍କ ଜୀବନ ଓ ଜୀବିକା ଉପରେ କିପରି ପ୍ରଭାବ ପକାଉଛି ସେ ସମ୍ପର୍କରେ ଜିଲାପାଳ ବୈଠକରେ ଅବଗତ କରିଥିଲେ। ତେଣୁ ସମସ୍ତ ବ୍ୟାଙ୍କ ଏହି ଲକ୍‌ଡାଉନ୍‌ ସମୟରେ ପ୍ରଭାବିତ ଚାଷୀ, ଶ୍ରମିକ, ସ୍ବୟଂ ସହାୟକ ଗୋଷ୍ଠୀ, ଜନଧନ ହିତାଧିକାରୀ ଓ ଶିଳ୍ପଦ୍ୟୋଗୀମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଋଣ ସହଜରେ ଯୋଗାଇ ଦେବା ସହ ଅର୍ଥନୈତିକ କାର୍ଯ୍ୟ ପ୍ରକ୍ରିୟାର ପୁନଃ ଆରମ୍ଭ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ।
ଗରିବ ଲୋକମାନେ ସେମାନଙ୍କ ଜୀବିକା ଅର୍ଜନ ଯେପରି ସହଜରେ କରିବା ପାଇଁ ସକ୍ଷମ ହେବେ ସେଥିପ୍ରତି ବ୍ୟାଙ୍କଗୁଡ଼ିକ ବିଶେଷ ଯନତ୍ବାନ ହେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସମସ୍ତ ବ୍ୟାଙ୍କ ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା ରହିବା ସହ ଖରାଦିନକୁ ଦୃଷ୍ଟିରେ ରଖି ଗ୍ରାହକଙ୍କ ପାଇଁ ଛାଉଣି ସହ ପାନୀୟ ଜଳ ବ୍ୟବସ୍ଥା କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ସେହିପରି କୃଷି, ଉଦ୍ୟାନ କୃଷି, ମତ୍ସ୍ୟ, ପଶୁ ସମ୍ପଦ ଆଦି ବିଭିନ୍ନ କ୍ଷେତ୍ରରେ ହିତାଧିକାରୀଙ୍କୁ ତୁରନ୍ତ ଋଣ ପ୍ରଦାନ କରି ଉପଲବ୍ଧ ଥିବା ରିହାତି ପାଇବାରେ ସହାୟତା କରିବାକୁ ଜିଲାପାଳ କହିଥିଲେ। ପ୍ରାରମ୍ଭରେ ଏଲ୍‌ଡିଏମ୍‌ ମହେଶ୍ୱର ଗୌଡ଼ ବୈଠକର କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ। ଏହି ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୂଲ୍ୟ କୁମାର ଚମ୍ପତିରାୟଙ୍କ ସମେତ ବିଭିନ୍ନ ବ୍ୟାଙ୍କ କର୍ତ୍ତୃପକ୍ଷ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?