ଜୀବିତ ବାଳକଙ୍କୁ ମୃତ ଘୋଷଣା : ଜଳେଶ୍ୱର ଡାକ୍ତରଖାନାରେ ଭଙ୍ଗାରୁଜା, ରାସ୍ତାରୋକ

ଜଳେଶ୍ୱର,୧୫ା୮: ବାଲେଶ୍ୱର ଜିଲା ଜଳେଶ୍ୱର ସ୍ଥିତ ଗୋପୀ କିଶନ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଜୀବିତ ବାଳକକୁ ଡାକ୍ତର ମୃତ ଘୋଷଣା କରିବା ନେଇ ଗୁରୁବାର ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନା ପରିସରରେ ଭଙ୍ଗାରୁଜା କରିବା ସହ ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ଦାୟିତ୍ୱରେ ଥିବା ଡାକ୍ତରଙ୍କ ଘର ଉପରକୁ ଢେଲାପଥର ମାଡ଼ କରାଯାଇଥିବା ଖବର ମିଳିଛି। ପରିସ୍ଥତି ଉତ୍ତେଜନାପୂର୍ଣ୍ଣ ଥିବାରୁ ସେଠାରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ସଂଖ୍ୟାଲଘୁ ସଂପ୍ରଦାୟର ଜଣେ ୧୨ ବର୍ଷ ବୟସ୍କ ବାଳକଙ୍କ ଦେହ ଅସୁସ୍ଥ ହୋଇ ପଡିବାରୁ ପରିବାର ଲୋକେ ଗୁରୁବାର ସକାଳେ ତାଙ୍କୁ ସ୍ଥାନୀୟ ଗୋପୀ କିଶନ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ଥିବା ଦାନ୍ତ ବିଭାଗର ଜଣେ ଡାକ୍ତର ପ୍ରଥମେ ସ୍ବାସ୍ଥ୍ୟ ପରୀକ୍ଷା କରି ବାଳକଙ୍କୁ ମୃତ ଘୋଷଣା କରିଥିଲେ। ପରେ ଡାକ୍ତର ଗଣେଶଚନ୍ଦ୍ର ପାଳ ମଧ୍ୟ ଉକ୍ତ ବାଳକଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ବାଳକଙ୍କ ପରିବାର ଲୋକେ ମୃତଦେହ ଘରକୁ ନେଇ ସତ୍କାର କରିବା ବେଳେ ବାଳକ ଜଣକ ବଞ୍ଚିଥିବା ଜଣା ପଡିଥିଲା। ପରିବାର ଲୋକେ ସଙ୍ଗେସଙ୍ଗେ ତାଙ୍କୁ ବାଲେଶ୍ୱରସ୍ଥିତ ଏକ ଘରୋଇ ହସପିଟାଲକୁ ନେଇଥିଲେ। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ତେବେ ଗୋପୀକିଶନ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ ଚିକିତ୍ସାରେ ଅବହେଳା ଯୋଗୁ ବାଳକଙ୍କ ମୃତ୍ୟୁ ଘଟିଲା ବୋଲି ଅଭିଯୋଗ କରି ମୃତ ବାଳକଙ୍କ ପରିବାର ଲୋକେ ଉତ୍ତେଜିତ ହୋଇ ପଡିଥିଲେ। ପରେ ସେମାନେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପହଞ୍ଚି ହୋହଲ୍ଲା କରିଥିଲେ। ଉତ୍ତ୍ୟକ୍ତ ଲୋକେ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଭଙ୍ଗାରୁଜା କରି ଜଳେଶ୍ୱର- ଚନ୍ଦନେଶ୍ୱର ମୁଖ୍ୟ ରାସ୍ତାକୁ ଟାୟାର ଜାଳି ଅବରୋଧ କରିଥିଲେ। ଖବରପାଇ ସ୍ଥାନୀୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକମାନଙ୍କୁ ବୁଝାସୁଝା ଚଳାଇଛି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପୋଲିସ ଫୋର୍ସ ମୃତୟନ କରାଯାଇଛି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଡାକ୍ତର ନ ଥିବା ବେଳେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri