ଜୁଆଆଡ୍ଡାରେ ପୋଲିସର ଚଢ଼ାଉ, ୫ ଗିରଫ

ଦିଗପହଣ୍ଡି, ୩୧ା୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୈଠଖଣ୍ଡି ପଞ୍ଚାୟତ ତଲାସିଂ ଗ୍ରାମ ଠାକୁରାଣୀ ମନ୍ଦିରରେ ଚାଲିଥିବା ଜୁଆଆଡ୍ଡା ଉପରେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି ୫ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୫ ହଜାର ୨୫୦ ଟଙ୍କା ଏବଂ ଏକ ତାସ୍‌ ପ୍ୟାକେଟ ଜବତ କରାଯାଇଛି। ଏ ନେଇ ମାମଲା ନଂ. ୧୬୫/୧୯ରେ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଛି ବୋଲି ଆଇଆଇସି ବସନ୍ତ କୁମାର ସେଠୀ ସୂଚନା ଦେଇଛନ୍ତି । କଲ୍ୟାଣପୁର, କାଣ୍ଡେସ୍ବର, ସିଦ୍ଧେଶ୍ୱର, ଭୀଷ୍ମଗିରି, ଚୁଡୁଙ୍ଗପୁର, ସିଦ୍ଧଖଣ୍ଡୀ, କରପଡ଼ା ପ୍ରଭୃତି ଗାଁରେ ରୀତିମତ ଜୁଆଆଡ୍ଡା ଚାଲିଛି। ପାର୍ବଣ ଋତୁ ଆରମ୍ଭ ପୂର୍ବରୁ ଗ୍ରାମାଞ୍ଚଳରେ କିଛି ନିର୍ଦ୍ଦିଷ୍ଟ ବ୍ୟକ୍ତି ଯୋଜନାବଦ୍ଧ ଭାବେ ଜୁଆଆଡ୍ଡା ପରିଚାଳନା କରୁଛନ୍ତି। ଜୁଆଡିମାନଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ଧରପଗଡ଼ କରାଯିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri