ଜୁଆଡ଼ିଙ୍କୁ ଧରାଇଲା ସୋସିଆଲ ମିଡିଆ

ଭୁବନେଶ୍ୱର,୫ା୮(ବ୍ୟୁରୋ) : ସୋସିଆଲ ମିଡିଆ ଧରାଇଛି ଅଭିଯୁକ୍ତ। ଜଣେ ବ୍ୟକ୍ତି ନିଜର ଟୁଇଟ୍‌ରରେ ଅଭିଯୋଗ କରିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଭୁବନେଶ୍ୱର ରେଳ ଷ୍ଟେଶନଠାରେ ଥିବା ପିଙ୍କ୍‌ ଅଟୋ ଷ୍ଟାଣ୍ଡ ପଛରେ ରବିବାର ଖୁଲମଖୁଲା ଜୁଆ ଖେଳ ହେଉଥିଲା। ଏହାକୁ ଦେଖି ପ୍ରିୟବ୍ରତ ପଣ୍ଡା ନାମକ ଯୁବକ ନିଜ ଟୁଇଟର ଆକାଉଣ୍ଟରେ ଫଟୋସହ ପୋଷ୍ଟ କରିଥିଲେ। ଆଉ ଏହି ଟୁଇଟ୍‌କୁ କ୍ରାଇମ୍‌ବ୍ରାଞ୍ଚ ଆଇଜି ଅରୁଣ ବ୍ରେଥା ହସ୍ତଗତ କରିଥିଲେ। ସେ ତୁରନ୍ତ ଏ ବାବଦରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଭୁବନେଶ୍ୱର ଡିସିପି ଓ ଜିଆରପି ଅଧିକାରୀଙ୍କୁ ଜଣାଇଥିଲେ। ଏହାପରେ ଡିସିପି ଓ ଜିଆରପି ମିଳିତ ଚଢାଉ କରି ୩ଜଣ ଜୁଆଡିଙ୍କୁ ଗିରଫ କରିଛି। ସେମାନେ ହେଲେ ୟୁନ୍‌ଟ୍‌-୩ ମସ୍‌ଜିଦ୍‌ କଲୋନୀର ଏସ୍‌.କେ ସାରାଫତ ଅଲ୍ଲୀ,ଏସ୍‌.କେ ସେହେଜାଦ ଓ ଏସ୍‌.କେ ରମଜାନଙ୍କୁ ଜିଆରପି ଗିରଫ କରି କୋର୍ଟ ଚାଲାଣ କରିଛି। ଏ ନେଇ କ୍ରାଇମ୍‌ବ୍ରାଞ୍ଚ ଆଇଜି ଅରୁଣ ବ୍ରେଥା କହିଛନ୍ତି, ସୋସିଆଲ ମିଡିଆ ବର୍ତ୍ତମାନ ଟିକନିଖି ଖବରର ପ୍ଲାଟ୍‌ଫର୍ମ ପାଲଟିଛି। ତେଣୁ ଯେଉଁ ଲୋକମାନେ ସୋସିଆଲ ମିଡିଆରେ ମୋ ପାଖକୁ ତାଙ୍କ ସମସ୍ୟା ପଠାନ୍ତି। ତାହାକୁ ଯଥାସମ୍ଭବ ସମାଧାନ କରିବା ପାଇଁ ଉଦ୍ୟମ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri