ଜୁଆ ଆଡ୍ଡାରେ ଚଢ଼ାଉ: ୯୬୫୦ ଟଙ୍କା, ୪ ବାଇକ୍‌ ଜବତ; ୪ କୋର୍ଟଚାଲାଣ

ଲୋଇସିଂହା,୬ା୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ବ୍ଲକ ଅନ୍ତର୍ଗତ କଠିପାଲି ଛକଠାରେ ଚାଲିଥିବା ଜୁଆ ଆଡ୍ଡା ଉପରେ ମଙ୍ଗଳବାର ଅପରାହ୍ନରେ ଲୋଇସିଂହା ପୋଲିସ ଚଢ଼ାଉ କରିଥିଲା। ଜୁଆ ଆଡ୍ଡାରୁ ୯ ହଜାର ୬୫୦ ଟଙ୍କା, ୪ ବାଇକ୍‌,୫ ମୋବାଇଲ,ତାସ୍‌ ସମେତ ୪ ଜଣ ଜୁଆଡ଼ିଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତମାନେ ହେଲେ ପ୍ରଭାକର ପଣ୍ଡା,ବେଣୁଧର ପଣ୍ଡା, ଶ୍ୟାମସୁନ୍ଦର ଦଣ୍ଡସେନା ଓ ଗଙ୍ଗାଧର ମେହେର। ଗିରଫ ଅଭିଯୁକ୍ତମାନଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇଛି। ପୋଲିସକୁ ବିଶ୍ୱସ୍ତସୂତ୍ରରୁ ସୂଚନା ମିଳିବା ପରେ ଡିଏସ୍‌ପି ସୁମନ ରଞ୍ଜିତା ସିଂ, ଆଇଆଇସି ଲଳିତା ଲାକ୍ରା ଓ ଷ୍ଟାଫ୍‌ ଚଢ଼ାଉ କରି ଜୁଆରେ ବ୍ୟବହୃତ ସାମଗ୍ରୀ ଓ ୪ ଜୁଆଡ଼ିଙ୍କୁ ଗିରଫ କରିଥିଲେ। ଏନେଇ କେସ୍‌ ନଂ. ୧୫୫/୨୦ରେ ଏକ ମାମଲା ରୁଜୁ ହୋଇଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri