ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ କେସିଙ୍ଗା ଏସ ଡ଼ି ପି ଓ ସନ୍ଦୀପ ମାଝୀ ଙ୍କ ନେତୃତ୍ୱରେ ରିଷିଡା ଗଜବାହଲ ଅଂଚଳର ବାଲାଜୀ ରାଇସ ମିଲ ଉପରେ ଚଢ଼ାଉ କରିଥିଲା । ରାଇସ ମିଲ ଭିତରେ ଜୁଆ ଖେଳୁଥିବା ସମୟରେ ମିଲ ମାଲିକ ଶଙ୍କରଲାଲ ଅଗ୍ରୱାଲ, ତୁଷୁରାର ବିନୋଦ ଜୈନ, ଜଗଦମ୍ବା ରାଇସ ମିଲ ମାଲିକ ସୁନିଳ କେଡିଆ, ଯୋରାଡବରାର ଦୁଇଜଣ ଯୁବକଙ୍କୁ ପୋଲିସ କାବୁ କରିଥିବା ସୂଚନା ମିଳିଛି । ଚଢ଼ାଉବେଳେ ୬୪୩୯୦ ଟଙ୍କା, ଗୋଟିଏ କାର, ୬ ଗୋଟି ମୋବାଇଲ ଫୋନ, ୭ ପକେଟ ତାସମୁଠା ଜବତ କରିଥିବା ଜଣା ପଡିଛି । କେସିଙ୍ଗା ଏସ ଡ଼ି ପି ଓ ସନ୍ଦୀପ ମାଝୀଙ୍କ ସହିତ, ରାମପୁର ଥାନା ଅଧିକାରିଣୀ ସଂଯୁକ୍ତା ପଧାନ ରିଷିଡା ଫାଣ୍ଡି ଅଧିକାରୀ ମନୁଆ ବିଡିକା ସମେତ ଅନ୍ୟାନ୍ୟ ପୋଲିସ ଦଳ ଥିବା ସୂଚନା ମିଳିଛି । ପୋଲିସ ୬୪ ହଜାର ତିନିଶହ ନବେ ଟଙ୍କା ଜବତ କରିଛନ୍ତି । ନିକଟରେ ଅମାଠ ଛକ ବେହେରା ରାଇସ ମିଲକୁ ପ୍ରଶାସନ ସିଲ କରିଥିବା ବେଳେ ଏହି ବାଲାଜୀ ରାଇସ ମିଲ ଭିତରେ ବିଭିନ୍ନ ଅନୈତିକ କାର୍ଯ୍ୟକଳାପ ଚାଲୁଥିବା ବେଳେ ବାହାର ଜିଲ୍ଲାରୁ ମଧ୍ୟ ଧାନ ଚୋରାଚାଲାଣ ମିଲକୁ ଆସୁଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ହେଉଥିବା ଦେଖିବାକୁ ମିଳିଛି। ଏଣୁ ଏହି ରାଇସ ମିଲ ମାନଙ୍କୁ ମଧ୍ୟ ସିଲ କରାଯାଉ ବୋଲି ଜନସାଧାରଣ ଦାବି କରିଛନ୍ତି ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri