ଜୁନାଗଡବାସୀ ସାମୂହିକଭାବେ ଗାଇଲେ ବନ୍ଦେ ଉତ୍କଳ ଜନନୀ

ଜୁନାଗଡ,୩୦।୫(ଡି.ଏନ୍‌.ଏ)-କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଶନିବାର କଳାହାଣ୍ଡି ଜିଲା ଜୁନାଗଡ ସହର ନୂଆବସ୍‌ଷ୍ଟାଣ୍ଡଠାରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସହ ଜୁନାଗଡବାସୀ ସାମୂହିକ ଭାବେ ବନ୍ଦେ ଉକତ୍ଳ ଜନନୀ ଗାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତହସିଲଦାର ଉପେନ୍ଦ୍ର ଲୁହା, ବିଡିଓ ଦୁଲାରାମ ମାରାଣ୍ଡି, ଥାନାଧିକାରୀ ଉତ୍ତମ କୁମାର ସାହୁ, ଜିପିଓ ସିଦ୍ଧେଶ୍ୱର ମେହେର, ବିଏସଏସଓ ତୁଷାର ରଞ୍ଜନ ସାହୁ, ପୂର୍ବତନ ପୌରାଧ୍ୟକ୍ଷ ଆଦିତ୍ୟ ପ୍ରସାଦ ନନ୍ଦ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା ବିଜୟାଲକ୍ଷ୍ମୀ କନ୍ଦପାନ, ପୂର୍ବତନ ସରପଞ୍ଚ ମନିଷା ସାହୁ, ପୂର୍ବତନ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଈଶ୍ୱର ପୂଝାରୀ, ସାମାଜିକ କର୍ମୀ ସୁଖବିନ୍ଦର ସିଂ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ମହେଶ କୁମାର ସାହୁ ପରିଚାଳନା କରିଥିଲେ। ସେହିପରି ଜୁନାଗଡ ଥାନାରେ ଥାନାଧିକାରୀ ସାହୁଙ୍କ ନେତୃତ୍ୱରେ ସମସ୍ତ ପୋଲିସ କର୍ମଚାରୀ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର

ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?