ଜୁନାଗଡରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଜୁନାଗଡ,୨୦।୮(ଡି.ଏନ.ଏ.)
କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର କଳାହାଣ୍ଡି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ଯୋଗଦେଇ ୧୫୩ ଜଣ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏହି ସମୟରେ ଉପସ୍ଥିତ ବିଭିନ୍ନ ବିଭାଗ ଅଧିକାରୀଙ୍କୁ ଅଭିଯୋଗକାରୀଙ୍କ ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଏହି କାର୍ଯ୍ୟକ୍ରମରେ ୩୩ଜଣଙ୍କୁ ଭତ୍ତା ପ୍ରଦାନ କରାଯାଇଥିବା ବେଳେ ଜଣଙ୍କ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ଞାନ ରଞ୍ଜନ ଭଞ୍ଜଦେଓ, ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ମନୋଜ କୁମାର ମହନ୍ତ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ବନଳତା ଦାଶ, ଧର୍ମଗଡ ଉପଜିଲାପାଳ ପଦ୍ମନାଭ ବେହେରା, ଜୁନାଗଡ ବିଡିଓ ଦୁଳାରାମ ମାରାଣ୍ଡି, ଜୁନାଗଡ ବ୍ଲକ ଅଧ୍ୟକ୍ଷା ନୁର୍ଯ୍ୟ ମାଝି, ତହସିଲଦାର ଉପେନ୍ଦ୍ର ଲୁହା ପ୍ରମୁଖଙ୍କ ସହ ବିଭିନ୍ନ ବିଭାଗର ଅନେକ ଅଧିକାରୀ ଉପସ୍ଥିତ ଥିଲେ।