ଜୁନାଗଡରେ ପୋଲିସର ସମନ୍ବୟ ବୈଠକ

ଜୁନାଗଡ,୭।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହର ସଂସ୍କୃତି ଭବନଠାରେ ମଙ୍ଗଳବାର ଜୁନାଗଡ ପୋଲିସର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଆଇଆଇସି ପ୍ରଭାତ କୁମାର ସେଠିଙ୍କ ଅଧ୍ୟକ୍ଷତାରେ ଧର୍ମଗଡ ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ ପଣ୍ଡା, ପୂର୍ବତନ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଈଶ୍ୱର ପୂଝାରୀ, ବେଦ ପ୍ରକାଶ ଗୋଏଲ, ରଜନୀ ବୈଠାରୁ, ଯୁଗୋଳ ନାଏକ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ବୈଠକରେ ବିଶେଷ କରି ଜୁନାଗଡ ସହରର ଟ୍ରାଫିକ ସମସ୍ୟା ଓ ଘଟୁଥିବା ଚୋରି ଉପରେ ଆଲୋଚନା କରାଯାଇଥିଲା। ପରେ ପୋଲିସ ପକ୍ଷରୁ ୨୬ ନଂ. ଜାତୀୟ ରାଜପଥକୁ ଲାଗି ରହିଥିବା ଅସ୍ଥାୟୀ ଦୋକାନକୁ ୫୦ ମିଟର ଘୁଞ୍ଚାଇବା, ମଦ୍ୟପ ଧରପଗଡ, ମଦ୍ୟପ ଗାଡିଚାଳକମାନଙ୍କୁ ଲାଇସେନ୍ସ ରଦ୍ଧ କରିବା, ୧୮ ବର୍ଷରୁ କମ୍‌ ଯୁବକମାନେ ଗାଡି ଚଳାଇଲେ ଜରିମାନା ଆଦାୟ କରିବା, ସବୁ ଛକରେ ପୋଲିସର ପହରା ଦେବା, ରାତିରେ ପୋଲିସ ପାଟ୍ରୋଲିଂ କଡାକଡି କରିବା, ରେଳୱେ ଷ୍ଟେଶନ ଯିବା ରାସ୍ତାରେ ଦିନତମାମ ଅଟକି ରହୁଥିବା ଟ୍ରକକୁ ହଟାଇବା ସମେତ ବିଭିନ୍ନ ଦାବି କରାଯାଇଥିଲା। ଏଥିପାଇ ପୋଲିସକୁ ସହାୟତା କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଥିଲା। କାର୍ଯ୍ୟକ୍ରମରେ ବରିଷ୍ଟ ଆଇନଜୀବୀ ଅଶୋକ ପାତ୍ର ମଞ୍ଚ ପରିଚାଳନା କରିଥିଲେ। ଏଥିରେ ଜୁନାଗଡ ଆଇନଜୀବୀ ସଂଘ, ଟ୍ରକ ୟୁନିୟନ, କନକଦୁର୍ଗା ମୋଟର ସଂଘ ୟୁନିୟନ, ବସ୍‌ ୟୁନିୟନ, ଖବରଦାତା ସଂଘ ସହ ସହରର ବୁଦ୍ଧିଜିବୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri