ଜୁନାଗଡରେ ପୋଲିସର ସମନ୍ବୟ ବୈଠକ

ଜୁନାଗଡ,୭।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହର ସଂସ୍କୃତି ଭବନଠାରେ ମଙ୍ଗଳବାର ଜୁନାଗଡ ପୋଲିସର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଆଇଆଇସି ପ୍ରଭାତ କୁମାର ସେଠିଙ୍କ ଅଧ୍ୟକ୍ଷତାରେ ଧର୍ମଗଡ ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ ପଣ୍ଡା, ପୂର୍ବତନ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଈଶ୍ୱର ପୂଝାରୀ, ବେଦ ପ୍ରକାଶ ଗୋଏଲ, ରଜନୀ ବୈଠାରୁ, ଯୁଗୋଳ ନାଏକ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ବୈଠକରେ ବିଶେଷ କରି ଜୁନାଗଡ ସହରର ଟ୍ରାଫିକ ସମସ୍ୟା ଓ ଘଟୁଥିବା ଚୋରି ଉପରେ ଆଲୋଚନା କରାଯାଇଥିଲା। ପରେ ପୋଲିସ ପକ୍ଷରୁ ୨୬ ନଂ. ଜାତୀୟ ରାଜପଥକୁ ଲାଗି ରହିଥିବା ଅସ୍ଥାୟୀ ଦୋକାନକୁ ୫୦ ମିଟର ଘୁଞ୍ଚାଇବା, ମଦ୍ୟପ ଧରପଗଡ, ମଦ୍ୟପ ଗାଡିଚାଳକମାନଙ୍କୁ ଲାଇସେନ୍ସ ରଦ୍ଧ କରିବା, ୧୮ ବର୍ଷରୁ କମ୍‌ ଯୁବକମାନେ ଗାଡି ଚଳାଇଲେ ଜରିମାନା ଆଦାୟ କରିବା, ସବୁ ଛକରେ ପୋଲିସର ପହରା ଦେବା, ରାତିରେ ପୋଲିସ ପାଟ୍ରୋଲିଂ କଡାକଡି କରିବା, ରେଳୱେ ଷ୍ଟେଶନ ଯିବା ରାସ୍ତାରେ ଦିନତମାମ ଅଟକି ରହୁଥିବା ଟ୍ରକକୁ ହଟାଇବା ସମେତ ବିଭିନ୍ନ ଦାବି କରାଯାଇଥିଲା। ଏଥିପାଇ ପୋଲିସକୁ ସହାୟତା କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଥିଲା। କାର୍ଯ୍ୟକ୍ରମରେ ବରିଷ୍ଟ ଆଇନଜୀବୀ ଅଶୋକ ପାତ୍ର ମଞ୍ଚ ପରିଚାଳନା କରିଥିଲେ। ଏଥିରେ ଜୁନାଗଡ ଆଇନଜୀବୀ ସଂଘ, ଟ୍ରକ ୟୁନିୟନ, କନକଦୁର୍ଗା ମୋଟର ସଂଘ ୟୁନିୟନ, ବସ୍‌ ୟୁନିୟନ, ଖବରଦାତା ସଂଘ ସହ ସହରର ବୁଦ୍ଧିଜିବୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri