ଜୁନାଗଡରେ ୟୁଡବ୍ଲ୍ୟୁଇଆଇ କାର୍ଯ୍ୟର ଶୁଭାରମ୍ଭ

ଜୁନାଗଡ,୧।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ସୋମବାର ସହରାଞ୍ଚଳ ଶ୍ରମନିଯୁକ୍ତି ପଦକ୍ଷେପ (ୟୁଡବ୍ଲ୍ୟୁଇଆଇ)ପାଇଁ ଉଦିଷ୍ଟ ଥିବା କାର୍ଯ୍ୟର ଶୁଭାରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟଗୁଡିକ ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ହେବ। ଏଥିରେ ସହରର ଅନେକ ଗରିବ ଲୋକ ଉପକୃତ ହେବେ ବୋଲି ଜଣାପଡିଛି। ଅନ୍ୟମାନଙ୍କ ମଧ୍ୟରେ ଜୁନାଗଡ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା ବିଜୟାଲକ୍ଷ୍ମୀ କନ୍ଦପାନ, ଅଧ୍ୟକ୍ଷ ମହେଶ କୁମାର ସାହୁ, କନିଷ୍ଠ ଯନ୍ତ୍ରୀ ଅରୁଣ କୁମାର ବେହେରା, ନାରାୟଣ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri