ଜୁନାଗଡ ସହରରେ ହୋମ୍‌ ଡେଲିଭରି ମାଧ୍ୟମରେ ଲୋକଙ୍କୁ ସାମଗ୍ରୀ ପ୍ରଦାନ

ଜୁନାଗଡ,୭।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ସହରରେ କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ଏନ୍‌ଏସି ଓ ପୋଲିସ ପ୍ରଶାସନ ପକ୍ଷରୁ ନୂଆ ପଦକ୍ଷେପ ଗ୍ରହଣ କରଯାଇଛି। ସହରର ବିଭିନ୍ନ ତେଜରାତି ଦୋକାନରେ ଲୋକମାନେ ସାମଗ୍ରୀ କିଣିଲା ବେଳେ ସାମୟିକ ଦୂରତା ମାନୁ ନ ଥିଲେ। ଫଳରେ ଜୁନାଗଡ ଏନ୍‌ଏସି ଓ ପୋଲିସ ପ୍ରଶାସନର ନିଷ୍ପତ୍ତି କ୍ରମେ ସାମୟିକ ଦୂରତା ରକ୍ଷା କରିବା ପାଇଁ ମଙ୍ଗଳବାରଠାରୁ ସମସ୍ତ ଦୋକାନ ବଜାର ବନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ପୂର୍ବରୁ ଏ ବିଷୟରେ ଲୋକଙ୍କୁ ଡାକବାଜି ଯନ୍ତ୍ର(ମାଇକ୍‌) ସାହାଯ୍ୟରେ ସୂଚନା ଦିଆଯାଇଥିଲା। ମଙ୍ଗଳବାରଠାରୁ ଲୋକଙ୍କୁ ହୋମଡେଲିଭରି ମାଧ୍ୟମରେ ସାମଗ୍ରୀ ପ୍ରଦାନ କରାଯାଉଛି। ଏଥିରେ ସ୍ଥାନୀୟ ମହିଳା ସ୍ବଂୟସହାୟକ ଗୋଷ୍ଠୀର ସଦସ୍ୟାମାନେ ଓ ଇଚ୍ଛୁକ ବ୍ୟବସାୟୀମାନେ ଚିହ୍ନଟ ହୋଇ ସହରବାସୀଙ୍କୁ ସାମଗ୍ରୀ ଯୋଗାଉଛନ୍ତି। ସେହିପରି କେହି ଯଦି କିଛି ସାମଗ୍ରୀ ନ ପାଇଲେ ତେବେ ସିଧାସଳଖ ସେମାନେ ଏନ୍‌ଏସିର ଟୋଲଫ୍ରି ନମ୍ବରକୁ ଲଗେଇ ନିଜ ସମସ୍ୟ ବିଷୟରେ ଅଭିଯୋଗ କରିପାରିବେ ବୋଲି ସ୍ଥାନୀୟ ଏନ୍‌ଏସି ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ତଥା ତହସିଲଦାର ଉପେନ୍ଦ୍ର ଲୁହା ପ୍ରକାଶ କରିଛନ୍ତି। ତେବେ ପୂର୍ବପରି ସହରର କେବଳ ଔଷଧ ଦୋକାନଗୁଡିକ ଖୋଲା ରହିବ। କରୋନା ସଂକ୍ରମଣକୁ ରୋକିବା ପାଇଁ ବିଶେଷ କରି ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ସାମାଜିକ ଦୂରତା ନିୟମକୁ କଡା କଡି ଭାବେ ପାଳନ କରିବା ପାଇଁ ସୋସିଆଲ ମିଡିଆରେ ଏକ ଭିଡିଓ ବାର୍ତ୍ତାରେ କଳାହାଣ୍ଡି ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri