ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ପ୍ରମାଣପତ୍ର ଯାଞ୍ଚ ଆରମ୍ଭ

ଛତ୍ରପୁର,୧୮ା୮(ଡି.ଏନ.ଏ)-ଛତ୍ରପୁର ବ୍ଲକର ସମସ୍ତ ସରକାରୀ ସ୍କୁଲରେ କାର୍ଯ୍ୟରତ ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ଜାତି ଓ ମାଇଗ୍ରେଶନ ପ୍ରମାଣପାତ୍ରର ଯାଞ୍ଚ ଶନିବାରଠାରୁ ଆରମ୍ଭ ହୋଇଛି। ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏହି ଯାଞ୍ଚ ଚାଲିଛି ା କ୍ଲଷ୍ଟରସ୍ତରୀୟ ସ୍କୁଲଗୁଡିକର ଶିକ୍ଷକମାନଙ୍କୁ ପ୍ରମାଣପତ୍ର ଯାଞ୍ଚ ପାଇଁ ଡକାଯାଇଛି ା ଆସନ୍ତା ୪ ଦିନ ମଧ୍ୟରେ ଏହା ସରିବ ା ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ ଏହାର ମନିଟରିଂ କରୁଛନ୍ତି। ଛତ୍ରପୁରସ୍ଥିତ ଅନସ୍ଲୋ ହାଇସ୍କୁଲ ଓ ସରକାରୀ ବାଳିକା ହାଇସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରମାଣପତ୍ର ଯାଞ୍ଚ କରୁଛନ୍ତି। ଯାଞ୍ଚ ପରେ ଉକ୍ତ ପ୍ରମାଣପତ୍ରର ନକଲ ଓ ରିପୋର୍ଟ ସର୍ବଶିକ୍ଷା ଅଭିଯାନ୍‌ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ପ୍ରଦାନ କରାଯିବ ବୋଲି ବ୍ଲକ ଶିକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। ଡିପିସି ଉକ୍ତ ପ୍ରମାଣପତ୍ରର ଚୂଡାନ୍ତ ଯାଞ୍ଚ ପାଇଁ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଓ ସ୍ଥାନୀୟ ତହସିଲଦାରମାନଙ୍କୁ ପଠାଇବେ ବୋଲି ଜଣାପଡିଛି ା ଉକ୍ତ ଶିକ୍ଷକମାନେ ପୁଣି ସେମାନଙ୍କର ସଦ୍ୟ ଜାତି ପ୍ରମାଣପତ୍ର ମଧ୍ୟ ଦାଖଲ କରିବାକୁ କୁହାଯାଇଛି ା ନିଯୁକ୍ତି ବେଳେ ଦାଖଲ ହୋଇଥିବା ଜାତି ପ୍ରମାଣ ପତ୍ର ସହ ସଦ୍ୟ ଜାତି ପ୍ରମାଣପତ୍ରର ମେଳ କରାଯିବ ା ଜାଲ ପ୍ରମାଣପତ୍ର ଦାଖଲ କରି କେତେକ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଥିବା ନେଇ ବିଭିନ୍ନ ସମୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିକଟରେ ଅଭିଯୋଗ ହୋଇଆସୁଥିଲା। ୨୦୧୧ ଜାନୁୟାରୀ ୧ରୁ ଏପର୍ଯ୍ୟନ୍ତ ନିଯୁକ୍ତ ସମସ୍ତ ଜୁନିୟର ଓ ରେଗୁଲାର ଶିକ୍ଷକଙ୍କ ଜାତି ଓ ମାଇଗ୍ରେଶନ ପ୍ରମାଣପତ୍ର ଯାଞ୍ଚ ପାଇଁ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଆସିଥିଲା ା ପୂର୍ବରୁ ମଧ୍ୟ ଶିକ୍ଷକମାନଙ୍କର ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଯାଞ୍ଚ ସରିଥିବା ବ୍ଲକ ଶିକ୍ଷା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri