Posted inଖେଳ

ଜୁନିୟର ଶୁଟିଂ ବିଶ୍ୱକପ୍‌: ପ୍ରଥମ ଦିବସରେ ଭାରତକୁ ଦୁଇ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୧୪ା୭ (ପି.ଟି.)- ଜର୍ମାନୀର ଶୁଲ୍‌ଠାରେ ଜୁନିୟର ଶୁଟରଙ୍କ ଲାଗି ଆୟୋଜିତ କମ୍ବାଇନ୍ଡ ଓ୍ବାଲର୍‌ଡକପ୍‌ରେ ଭାରତର ଉଦୟବୀର ସିଦ୍ଧୁ ଡବଲ୍‌ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଫଳରେ ପ୍ରତିଯୋଗିତାର ପ୍ରଥମ ଦିବସରେ ଭାରତ ପୋଲ ପୋଜିଶନ ହାସଲ କରିଛି। ଇଣ୍ଟରନ୍ୟାଶନାଲ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ଦ୍ୱାରା ରାଇଫଲ, ପିସ୍ତଲ ଏବଂ ଶଟ୍‌ଗନ୍‌ ଶୁଟରମାନଙ୍କ ଲାଗି ଆୟୋଜିତ ଏହି ଟୁର୍ନାମେଣ୍ଟର ଜୁନିୟର ପୁରୁଷ ୨୫ ମିଟର ଷ୍ଟାଣ୍ଡାର୍ଡ ପିସ୍ତଲ ଇଭେଣ୍ଟରେ ଭାରତ କ୍ଲିନ୍‌ ସୁଇପ୍‌ ହାସଲ କରିଛି। ଉଦୟବୀର ୫୭୫ ଶଟ୍‌ ସହ ସ୍ବର୍ଣ୍ଣ ଜିତିଥିବାବେଳେ ଭାରତର ଅନ୍ୟ ଦୁଇ ପ୍ରତିଯୋଗୀ ଆଦର୍ଶ ସିଂ (୫୬୮) ଏବଂ ଆନି ଭାନ୍‌ଓ୍ବାଲ (୫୬୬) ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ଜିତିଛନ୍ତି। ପରେ ଆଦର୍ଶ, ବିଜୟବୀର ସିଦ୍ଧୁ ଏବଂ ଉଦୟବୀରଙ୍କୁ ନେଇ ଭାରତୀୟ ଦଳ ଟିମ୍‌ ଇଭେଣ୍ଟରେ ୧୭୦୭ ସ୍କୋର ସହ ସ୍ବର୍ଣ୍ଣ ପଦକ ଲାଭ କରିବା ସହ ଏକ ଜୁନିୟର ବିଶ୍ୱ ରେକର୍ଡ କରିଛି। ଇଭେଣ୍ଟର ରୌପ୍ୟ ପଦକ ଭାରତର ଦ୍ୱିତୀୟ ଟିମ୍‌ ହାସଲ କରିଛି। ଆନିଶ, ରାଜ କନଓ୍ବର ସାନ୍ଧୁ ଏବଂ ଦିଲ୍‌ଶାନ୍‌ କେଲିଙ୍କୁ ନେଇ ଏହି ଦଳ ୧୬୭୬ ପଏଣ୍ଟ ସ୍କୋର କରିଥିଲା। ପ୍ରଥମ ଦିବସରେ ଭାରତ ଦୁଇ ସ୍ବର୍ଣ୍ଣ, ଦୁଇ ରୌପ୍ୟ ଏବଂ ଗୋଟିଏ ବ୍ରୋଞ୍ଜ ସହ ୫ ପଦକ ହାସଲ କରିଛି। ଚାଇନା ଏବଂ ଥାଇଲାଣ୍ଡ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ପଦକ ସହ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri