Posted inଖେଳ

ଜୁନିୟର ହକି : ସଞ୍ଜୟଙ୍କ ଡବଲ ଗୋଲ୍‌, ଅଷ୍ଟ୍ରିଆକୁ ହରାଇଲା ଭାରତ

ମାଡ୍ରିଡ୍‌, ୧୫ା୬ (ପି.ଟି.): ସଞ୍ଜୟଙ୍କ ଡବଲ୍‌ ଗୋଲ ସହାୟତାରେ ଭାରତୀୟ ଜୁନିୟର ପୁରୁଷ ଦଳ ଏଠାରେ ଚାଲିଥିବା ୮-ରାଷ୍ଟ୍ରୀୟ ୨୧ ବର୍ଷରୁ କମ୍‌ ଆମନ୍ତ୍ରଣୀୟ ହକି ଟୁର୍ନାମେଣ୍ଟରେ ଅଷ୍ଟ୍ରିଆକୁ ୪-୨ ଗୋଲରେ ପରାସ୍ତ କରିଛି। ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ପ୍ରଥମରୁ ଆକ୍ରମଣାତ୍ମକ ଖେଳିଥିଲା। ପ୍ରଥମ କ୍ୱାର୍ଟର ଖେଳରେ ଭାରତକୁ ପ୍ରଥମ ପେନାଲ୍ଟି କର୍ନର ମିଳିଥିଲା। ଚମତ୍କାର ଡ୍ରାଗ୍‌ ଫ୍ଲିକ୍‌ ଦ୍ୱାରା ସଞ୍ଜୟ ଏହାକୁ ଗୋଲରେ ପରିଣତ କରି ଭାରତକୁ ଅଗ୍ରଣୀ କରାଇଥିଲେ। ସଞ୍ଜୟ ତାଙ୍କ ଦ୍ୱିତୀୟ ଗୋଲ ମଧ୍ୟ ପେନାଲ୍ଟି କର୍ନର ଜରିଆରେ ୨୩ତମ ମିନିଟ୍‌ରେ ସ୍କୋର କରିଥିଲେ। ପ୍ରଥମାର୍ଦ୍ଧ ଖେଳ ଶେଷ ସୁଦ୍ଧା ଭାରତ ୨-୦ଗୋଲରେ ଆଗୁଆ ରହିଥିଲା। ତୃତୀୟ କ୍ୱାର୍ଟର ଖେଳରେ ଅଲିଭର କେରନ (୩୪ତମ ମିନିଟ)ଙ୍କ ଗୋଲ ସହାୟତାରେ ଅଷ୍ଟ୍ରିଆ ଗୋଲ ବ୍ୟବଧାନକୁ ହ୍ରାସ କରିଥିଲା। ମାତ୍ର ଏହାର ୧ ମିନିଟ୍‌ ପରେ ରାହୁଲ ରାଜୀବ ଏକ ଗୋଲ ସ୍କୋର କରି ଭାରତକୁ ୩-୧ ଗୋଲ୍‌ରେ ଆଗୁଆ କରିଥିଲେ। ଏହି କ୍ୱାର୍ଟରରେ ଦୁଇ ଦଳ ଆକ୍ରମଣ ପ୍ରତିଆକ୍ରମଣ ଜାରି ରଖିଥିଲେ। ପରେ ୪୯ତମ ମିନିଟ୍‌ରେ ଫିଲିପ୍‌ ସ୍କିପାନ୍‌ ଅଷ୍ଟ୍ର୍ରିଆ ତରଫରୁ ଦ୍ୱିତୀୟ ଗୋଲ ସ୍କୋର କରିଥିଲେ। ତେବେ ୫୧ତମ ମିନିଟ୍‌ରେ ପ୍ରଭଜୋତ ସିଂଙ୍କ ଗୋଲ ଯୋଗୁ ଭାରତ ପୁଣି ୨ ଗୋଲ ବ୍ୟବଧାନରେ ଆଗୁଆ ରହିଥିଲା। ଭାରତ ରବିବାର ୫ ଓ ୬ଷ୍ଠ ସ୍ଥାନ ପାଇଁ କ୍ଲାସିଫିକେଶନ ମ୍ୟାଚ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri