ଜୁନ୍‌ରୁ ଗଡିବ ୨୦୦ ଅଣଏସି ଟ୍ରେନ

ନୂଆଦିଲ୍ଲୀ,୨୦।୫ – ଜୁନ୍‌ ପହିଲାରୁ ସାରା ଦେଶରେ ୨୦୦ ସ୍ବତନ୍ତ୍ର ଅଣ ଏସି ପାସେଞ୍ଜର ଟ୍ରେନ ଚଳାଚଳ କରିବ। କେନ୍ଦ୍ର ରେଳ ମନ୍ତ୍ରୀ ପୀୟୂଷ ଗୋୟଲ ଟୁଇଟ ଯୋଗେ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଏହି ଟ୍ରେନଗୁଡିକ ଲାଗି ଲୋକମାନେ ଆଇଆର୍‌ସିଟିସି ଓ୍ବେବସାଇଟ କିମ୍ବା ଆପ୍ଲିକେଶନରୁ ଟିକେଟ ବୁକିଂ କରିପାରିବେ। ବର୍ତ୍ତମାନ ଷ୍ଟେଶନଗୁଡିକରେ ଟିକେଟ ବୁକିଂ କାଉଣ୍ଟର ବନ୍ଦ ଥିବାରୁ ସେଠାରେ କୌଣସି ଟିକେଟ ଉପଲବ୍ଧ ହେବ ନାହିଁ। ନୂଆ ଟ୍ରେନଗୁଡିକ ଲାଗି ଶୀଘ୍ର ଟିକେଟ ବୁକିଂ ଆରମ୍ଭ ହେବ। ସେହିଭଳି ଟ୍ରେନ ଚାଲିବା ନେଇ ସମୟ ସାରଣୀ ମଧ୍ୟ ଶୀଘ୍ର ଜାରି କରାଯିବ ବୋଲି ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ମେ ୧୨ଠାରୁ ସ୍ବତନ୍ତ୍ର ପାସେଞ୍ଜର ଟ୍ରେନ ପରିଚାଳନା ନେଇ ସରକାର ବ୍ୟବସ୍ଥା କରିଛନ୍ତି। ପ୍ରାରମ୍ଭିକ ପର୍ଯ୍ୟାୟରେ କେବଳ ୧୫ ଯୋଡା ଟ୍ରେନ ଚଳାଚଳ କରୁଛି। ଟ୍ରେନଗୁଡିକ ନୂଆଦିଲ୍ଲୀ ଷ୍ଟେଶନରୁ ଦିବ୍ରୁଗଡ, ଅଗରତାଲା, ହାଓଡା, ପାଟନା, ବିଳାସପୁର, ରାଞ୍ଚି, ଭୁବନେଶ୍ୱର, ସିକନ୍ଦରାବାଦ,ବାଙ୍ଗାଲୋର, ଚେନ୍ନାଇ, ଥିରୁଭାନନ୍ତପୁରମ, ମୁମ୍ବାଇ ସେଣ୍ଟ୍ରାଲ, ଅହମ୍ମଦାବାଦ, ଜମ୍ମୁ ତାଓ୍ବି ଭଳି ସ୍ଥାନଗୁଡିକୁ ଚଳାଚଳ କରୁଛି। ଟିକେଟ ବୁକିଂ ସମୟରେ ଯାତ୍ରୀଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳର ଠିକଣା ସମ୍ପୂର୍ଣ୍ଣ ଭାବେ ଦିଆଯିବାକୁ କୁହାଯାଇଛି। କୋଭିଡ୍‌-୧୯ ଲାଗି କଣ୍ଟାକ୍ଟଟ୍ରେସିଂ ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri