ଜୁନ୍‌ ପର୍ଯ୍ୟନ୍ତ ପାକିସ୍ତାନକୁ ମହଲତ

ନୂଆଦିଲ୍ଲୀ, ୨୨ା୨: ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ବନ୍ଦକରିବା ସହ ତୁରନ୍ତ ଏଫ୍‌ଏଟିଏଫ୍‌ (ଫାଇନାନ୍ସିଆଲ୍‌ ଆକ୍ସନ୍‌ ଟାସ୍କଫୋର୍ସ) ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ କରିବାକୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ୨୦୧୮ ଜୁନ୍‌ରେ ପାକିସ୍ତାନ ‘ଗ୍ରେ ଲିଷ୍ଟ’ରେ ରହିଥିବା ବେଳେ ପୁଣି ଡେ୍‌ଲାଇନ୍‌ ଶେଷରେ ଶୁକ୍ରବାର ଟେରର୍‌ ଓ୍ବାଚ୍‌ଡଗ୍‌ ଏଫ୍‌ଏଟିଏଫ୍‌ ପକ୍ଷରୁ ଚେତାବନୀ ଦିଆଯାଇ ଯୋଜନାବଦ୍ଧ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି। ଜୁନ୍‌ ସୁଦ୍ଧା ପାକିସ୍ତାନ ଆତଙ୍କବାଦ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଓ ଏଫ୍‌ଏଟିଏଫ୍‌ ପକ୍ଷରୁ ଦିଆଯାଇଥିବା ୨୭ ନିର୍ଦ୍ଦେଶନାମା କାର୍ଯ୍ୟକାରୀ ନ କଲେ କଳା ତାଲିକାଭୃକ୍ତ କରାଯିବ ବୋଲି କୁହାଯାଇଛି। ଫଳରେ ପାକିସ୍ତାନ ଅଧିକ ଆର୍ଥତ୍କ କଟକଣାରୁ ସମ୍ମୁଖୀନ ହେବ। ପ୍ୟାରିସ୍‌ରେ ଅନୁଷ୍ଠିତ ଏଫ୍‌ଏଟିଏଫ୍‌ ବୈଠକରେ ସୀମିତ ସମୟ ମଧ୍ୟରେ ପାକିସ୍ତାନ ଦିଆଯାଇଥିବା ଟାସ୍କ ପୂରଣ କରିବାରେ ବ୍ୟର୍ଥ ହୋଇଥିବା ଦର୍ଶାଯାଇ ଅଧିକ ସମୟ ଦିଆଯାଇଛି। ଚାଇନା ଏକମାତ୍ର ଦେଶ ଭାବେ ପାକିସ୍ତାନ ପଦକ୍ଷେପକୁ ପ୍ରଶଂସା କରି ୨୭ରୁ ୧୪ଟି ବିରୋଧରେ ପଦକ୍ଷେପ ଗ୍ରହଣ କରିବା ସ୍ବାଗତଯୋଗ୍ୟ ବୋଲି ପ୍ରକାଶ କରିଛି। ପ୍ରକାଶଥାଉ କି, ଏଫ୍‌ଏଟିଏଫ୍‌ ବୈଠକ ପୂର୍ବରୁ ପାକିସ୍ତାନ ପକ୍ଷରୁ ଲଶ୍କର-ଇ-ତୋଇବା ଆତଙ୍କବାଦୀ ସଙ୍ଗଠନର ମୁଖ୍ୟ ହାଫିଜ୍‌ ସୟିଦଙ୍କୁ ଜେଲ ଦଣ୍ଡାଦେଶ ଦିଆଯାଇଛି। ଏଥିସହ ଜୈଶ-ଇ-ମହମ୍ମଦ, ହକାନୀ ନେଟଓ୍ବାର୍କ, ଅଲ୍‌ କାଏଦା, ତେହରିକ୍‌-ଇ-ତାଲିବାନ୍‌ ପାକିସ୍ତାନ, ଇସ୍‌ଲାମିକ୍‌ ଷ୍ଟେଟ୍‌ ଭଳି ଜାତିସଂଘ ଦ୍ୱାରା ନିଷିଦ୍ଧ ଏକାଧିକ ଆତଙ୍କବାଦୀ ସଙ୍ଗଠନକୁ ପାକିସ୍ତାନ ସହଯୋଗ କରିଆସୁଛି। ଏଥିସହ ମନିଲଣ୍ଡରିଂ କରି ବିଭିନ୍ନ ଆତଙ୍କବାଦୀ ଗୋଷ୍ଠୀଙ୍କୁ ଆର୍ଥତ୍କ ସହଯୋଗ କରିଆସୁଛି। ସୀମାପାର୍‌ ଆତଙ୍କବାଦକୁ ପ୍ରୋତ୍ସାହନ ଦେଇଆସୁଛି। ତେଣୁ ପାକିସ୍ତାନକୁ ଏଫ୍‌ଏଟିଏଫ୍‌ ପକ୍ଷରୁ ଚେତାବନୀ ଦିଆଯିବା ସହ ଜୁନ୍‌ ସୁଦ୍ଧା କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ପାକିସ୍ତାନ କଳାତାଲିକାଭୃକ୍ତ ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri