ଜୁନ୍‌ ୧୭ରୁ ରାଜ୍ୟରେ ଖୋଲିବ ନାହିଁ ସ୍କୁଲ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ଜୁନ୍‌ ୧୭ ତାରିଖରୁ ସ୍କୁଲ ଖୋଲିବ ନାହିଁ। ଏନେଇ ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଶନିବାର କେନ୍ଦ୍ର ସରକାର ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ସ୍କୁଲ ଓ କଲେଜ୍‌ ଖୋଲିବା ନେଇ ନୂଆ ଗାଇଡ୍‌ଲାଇନ୍‌ ଆଣିଥିଲେ। ତଦନୁଯାୟୀ ଜୁଲାଇରେ ସ୍କୁଲ ଖୋଲିବାକୁ ଅନୁମତି ଅଛି। ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କୁ ଆଲୋଚନା ପାଇଁ କୁହାଯାଇଛି। ତେଣୁ ସେହି ଅନୁସାରେ ଜୁନ୍‌ ୧୭ରୁ ସ୍କୁଲ ଖୋଲିବ ନାହିଁ। ପରବର୍ତ୍ତୀ କଥା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ମେ’ ୩୧ରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଶେଷ ହେଉଛି। ଏହାକୁ ଦୃଷ୍ଟିରେ ରଖି ଶନିବାର କେନ୍ଦ୍ର ସରକାର ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ତେବେ ଏହା କେବଳ ନିଷିଦ୍ଧାଞ୍ଚଳରେ ବଳବତ୍ତର ରହିବ। ଏହି ଜୋନ ବାହାରେ ସମସ୍ତ ଅର୍ଥନୈତିକ କାର୍ଯ୍ୟ ପର୍ଯ୍ୟାୟ କ୍ରମେ ଆରମ୍ଭ ହେବ ବୋଲି କୁହାଯାଇଛି। ପ୍ରଥମ ପର୍ଯ୍ୟାୟ ଅର୍ଥାତ ଜୁନ୍‌ ୮ରେ ଧାର୍ମିକ ସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ ଆଦି ଖୋଲିବାକୁ ଅନୁମତି ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଖୋଲିବ। ହେଲେ ସେଥିପାଇଁ ରାଜ୍ୟ ସରକାର ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ସ୍ତରରେ ଅଭିଭାବକ ଓ ଅନ୍ୟ ପକ୍ଷମାନଙ୍କ ସହ ଆଲୋଚନା କରି ନିଷ୍ପତ୍ତି ନେବାକୁ ପରାମର୍ଶ ରହିଥିଲା। ତେବେ ସବୁପକ୍ଷଙ୍କ ପରାମର୍ଶକ୍ରମେ ଜୁଲାଇରୁ ଶିକ୍ଷାନୁଷ୍ଠାନ ଖୋଲିବା ଲାଗି ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri