ଜୁନ୍‌ ୧୭ ଯାଏ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗୁରୁବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଏପ୍ରିଲ ୩୦ ଯାଏ ରାଜ୍ୟରେ ଲକ୍‌ଡାଉନ୍‌ ସମୟସୀମା ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହ ରାଜ୍ୟର ସମସ୍ତ ସ୍କୁଲ ଏବଂ କଲେଜ ଜୁନ୍‌ ୧୭ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କରୋନା ଏକ ଶତାବ୍ଦି ମଧ୍ୟରେ ମାନବ ସମାଜର ସବୁଠାରୁ ବଡ଼ ଶତ୍ରୁ ଭାବେ ଉଭା ହୋଇଛି। ଜୀବନଯାତ୍ରା ଆଉ ଆଗଭଳି ନାହିଁ। ଏହାକୁ ବୁଝିବା ସହିତ ସାହସର ସହ ମୁକାବିଲା ଦିଗରେ କାମ କରିବା ଦରକାର। ଜଗନ୍ନାଥଙ୍କ ଆର୍ଶିବାଦ ଓ ସମସ୍ତଙ୍କ ତ୍ୟାଗ ହିଁ ଏହି କଠିନ ପରିସ୍ଥିତିରୁ ଶୀଘ୍ର ମୁକୁଳାଇବ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି, ଓଡ଼ିଶାବାସୀଙ୍କ ମୋର ନମସ୍କାର। ଆପଣମାନେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ଯେଉଁଭଳି ଭାବେ ସହଯୋଗ ଏବଂ ସମର୍ଥନ କରିଛନ୍ତି ସେଥିପାଇଁ ଧନ୍ୟବାଦ। ତେବେ ଏଥିପାଇଁ ଆମ ସମସ୍ତଙ୍କୁ କଷ୍ଟ ସହିବାକୁ ପଡ଼ୁଛି। କିନ୍ତୁ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ଉପାୟ। ମାର୍ଚ୍ଚ ୧୫ ତାରିଖରେ ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା। ତା ପରଠାରୁ ଆଜି ଭିତରେ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏସବୁ ଭିତରେ ଓଡ଼ିଶାର ଜନସାଧାରଣଙ୍କ ଶୃଙ୍ଖଳା ଓ ତ୍ୟାଗ ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କୁ ଶକ୍ତି ଦେଇଛି। ଇତିମଧ୍ୟରେ ବିଶ୍ୱର ସବୁଠାରୁ ଶକ୍ତିଶାଳି ଦେଶ ଆମେରିକାରେ କରୋନା ସଂକ୍ରମିତ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ସେଠାରେ ସମ୍ପୂର୍ଣ୍ଣ ଭାବେ ଲକ୍‌ ଡାଉନ୍‌ ଘୋଷଣା କରାଯାଇନାହିଁ। ଆମକୁ କିନ୍ତୁ ମଣିଷ ଜୀବନ ଏବଂ ଅର୍ଥନୀତି ମଧ୍ୟରେ ନିଷ୍ପତ୍ତି ନେବାକୁ ହେବ। ଏହି କଠିନ ପରିସ୍ଥିତିରେ ରାଜ୍ୟ କ୍ୟାବିନେଟ ଗୁରୁବାର ମଣିଷ ଜୀବନକୁ ଅଧିକ ଗୁରୁତ୍ୱ ଦେଇ ଆବଶ୍ୟକ ନିଷ୍ପତ୍ତି ନେଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ସମୟ ସୀମାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟ ମଧ୍ୟ ଏପ୍ରିଲ ୩୦ ପର୍ଯ୍ୟନ୍ତ ସମୟସୀମା ବୃଦ୍ଧି କରିବା ଲାଗି କେନ୍ଦ୍ର ସରକାରଙ୍କ ସୁପାରିଶ କରିଛି। ସେହିଭଳି ଏହି ପର୍ଯ୍ୟନ୍ତ ଟ୍ରେନ୍‌, ବିମାନ ସେବା ବନ୍ଦ ରଖିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟର ସମସ୍ତ ସ୍କୁଲ ଏବଂ କଲେଜ ଜୁନ୍‌ ୧୭ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କରୋନା ଏକ ଶତାବ୍ଦି ମଧ୍ୟରେ ମାନବ ସମାଜର ସବୁଠାରୁ ବଡ଼ ଶତ୍ରୁ ଭାବେ ଉଭା ହୋଇଛି। ଜୀବନଯାତ୍ରା ଆଉ ଆଗଭଳି ନାହିଁ। ଏହାକୁ ବୁଝିବା ସହିତ ସାହସର ସହ ମୁକାବିଲା ଦିଗରେ କାମ କରିବା ଦରକାର। ଜଗନ୍ନାଥଙ୍କ ଆର୍ଶିବାଦ ଓ ସମସ୍ତଙ୍କ ତ୍ୟାଗ ହିଁ ଏହି କଠିନ ପରିସ୍ଥିତିରୁ ଶୀଘ୍ର ମୁକୁଳାଇବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri