ଜୁନ୍‌ ୨୦ ପରେ ଯୁକ୍ତ୩, ଅଗଷ୍ଟ ୨୦ ସୁଦ୍ଧା ସରିବ ପିଜି ପରୀକ୍ଷା

ଭୁବନେଶ୍ୱର, ୬।୫(ବ୍ୟୁରୋ): ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଯୁକ୍ତ୩ ମହାବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଶେଷବର୍ଷ ପରୀକ୍ଷା ଜୁନ୍‌ ୨୦ ପରେ ଆରମ୍ଭ ହେବ। ଜୁଲାଇ ୨୪ ସୁଦ୍ଧା ପରୀକ୍ଷା ଶେଷ ହେବ ଓ ଅଗଷ୍ଟ ୩୧ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ବିଶ୍ୱବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକୋତର ଶ୍ରେଣୀ(ପିଜି)ର ଚତୁର୍ଥ ସେମିଷ୍ଟର (ଫାଇନାଲ୍‌) ପରୀକ୍ଷା ଅଗଷ୍ଟ ୨୦ ସୁଦ୍ଧା ସରିବ ଓ ସେପ୍ଟେମ୍ବର ୨୦ ମଧ୍ୟରେ ଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ସୂଚନା ଦେଇଛନ୍ତି। ବୁଧବାର ଲୋକସେବା ଭବନରେ ରାଜ୍ୟର ସମସ୍ତ ବିଶ୍ୱ ବିଦ୍ୟାଳୟ କୁଳପତିଙ୍କ ସହିତ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ହୋଇଛି। ଏଥିପାଇଁ ଆଜି ଅର୍ଥାତ୍‌ ଗୁରୁବାର ୭ ତାରିଖଠାରୁ କେବଳ ପ୍ରଶାସନିକ କାର୍ଯ୍ୟ ନିମନ୍ତେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ସ୍ବୟଂଶାସିତ ମହାବିଦ୍ୟାଳୟ ଏକ ତୃତୀୟାଂଶ କର୍ମଚାରୀଙ୍କୁ ନେଇ ଖୋଲାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ ସାହୁ କହିଛନ୍ତି।
କରୋନା ଲଢ଼େଇ ଓ ଲକ୍‌ଡାଉନ୍‌ ଜାରି ରହିଛି। ତେଣୁ ମନ୍ତ୍ରୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ସମସ୍ତ କୁଳପତିମାନେ ଭିଡିଓ କନ୍‌ଫରେନ୍ସିଂରେ ବିଭିନ୍ନ ପରୀକ୍ଷା ପରିଚାଳନା, ଫଳ ପ୍ରକାଶନ, ଛାତ୍ରୀଛାତ୍ରଙ୍କ ନାମଲେଖା ଓ ଶିକ୍ଷାଦାନ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟଗୁଡ଼ିକ ଯୁକ୍ତ୩ ଶ୍ରେଣୀର ୬ଷ୍ଠ ସେମିଷ୍ଟାର ପରୀକ୍ଷା ନିମନ୍ତେ ପରୀକ୍ଷା ସୂଚୀ ସ୍ଥିର କରି ଛାତ୍ରୀଛାତ୍ରଙ୍କୁ ଆଗୁଆ ଜଣାଇବା ପାଇଁ କୁହାଯାଇଛି। ସେହିପରି ସ୍ନାତକୋତର ଶ୍ରେଣୀର ଚତୁର୍ଥ ସେମିଷ୍ଟାର ପରୀକ୍ଷା ନିମନ୍ତେ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟ ବିସ୍ତୃତ ପରୀକ୍ଷା ସୂଚୀ ପ୍ରକାଶ କରିବେ। ଏଥିସହିତ ଚଳିତବର୍ଷ ସ୍ନାତକୋତର ଶ୍ରେଣୀର ନାମଲେଖା ନିମନ୍ତେ ଏକକ ପ୍ରବେଶିକା ପରୀକ୍ଷା ଏବଂ ନାମଲେଖା କାର୍ଯ୍ୟ ସେପ୍ଟେମ୍ବରରୁ ଅକ୍ଟୋବର ମଧ୍ୟରେ ଶେଷ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷରେ ଅନଲାଇନ୍‌ ଏବଂ ଇ-ଲର୍ନିଂ ମାଧ୍ୟମରେ ଶିକ୍ଷାଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ବ୍ଲ୍ୟୁ-ପ୍ରିଣ୍ଟ ପ୍ରସ୍ତୁତ କରାଯିବ। ଏହାଦ୍ୱାରା ଛାତ୍ରୀଛାତ୍ରଙ୍କୁ ସହଜରେ ଉନ୍ନତମାନର ଷ୍ଟଡି ମ୍ୟାଟେରିଆଲ ମିଳିପାରିବ ବୋଲି ମତ ପ୍ରକାଶ ପାଇଥିଲା। ସେହିଭଳି ପ୍ରତି ୧୫ ଦିନରେ ଥରେ କୁଳପତିମାନଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକ କରି ସ୍ଥିତି ସମ୍ପର୍କରେ ତର୍ଜମା କରି ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।
ମନ୍ତ୍ରୀ ସାହୁଙ୍କ ସହ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଶ୍ୱତ ମିଶ୍ର, ଉଚ୍ଚ ଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସଙ୍କ ସମେତ ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାାୟର କୁଳପତି ଲୋକସେବା ଭବନରେ ଉପସ୍ଥିତ ଥିବାବେଳେ ଅନ୍ୟ ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳପତିମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri