ଜୁନ୍‌ ୩୦ ପର୍ଯ୍ୟନ୍ତ ଭିଡ଼ ଉପରେ ରୋକୋ ଲଗାଇଲେ ଯୋଗୀ

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। କରୋନା ରୋକିବା ପାଇଁ ସରକାର ସମସ୍ତ ପ୍ରକାରର ପଦକ୍ଷେପ ଓ କଟକଣା ଗ୍ରହଣ କରୁଛନ୍ତି। ଏହା ସତ୍ତ୍ୱେ ବି ପରିସ୍ଥିତି ଅଣାୟତ ହେବାରେ ଲାଗିଛି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଉତ୍ତରପ୍ରଦେଶ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୩୦ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ପ୍ରକାରର ଭିଡ଼ ଏକ୍ରତ୍ରିତ ନ ହେବା ଉପରେ କଟକଣା ଲଗାଯାଇଛି। ଏନେଇ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଗଣମାଧ୍ୟମ ପରାମର୍ଶଦାତା ମୁତ୍ୟୁଞ୍ଜୟ କୁମାର ଟୁଇଟ କରି ସୂଚନା ଦେଇଛନ୍ତି। ସୂଚନା ମୁତାବକ ମେ’ ୩ରେ ରାଜ୍ୟରେ ଲକ୍‌ଡାଉନ ଶେଷ ହେବାକୁ ଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଲକ୍‌ଡାଉନ ଖୋଲିଲେ ମଧ୍ୟ ଲୋକମାନେ ପରସ୍ପର ମଧ୍ୟରେ ସାମଜିକ ଦୂରତ୍ୱ ବଜାୟ ରଖିବେ। ଏଥିପାଇଁ କୌଣସି ସ୍ଥାନରେ ଯେପରି ଭିଡ଼ ଜମା ନ ହୁଏ ସେଥିପ୍ରତି ଅଧିକାରୀମାନେ ସଜାଗ ରହିବେ। ଏହାଦ୍ୱାରା କରୋନାକୁ ବ୍ୟାପିବାରୁ ରୋକାଯାଇ ପାରିବ ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

୩ ରାଶି ଉପରେ ଶନିଙ୍କ ସାଢେସାତୀର ଛାୟା, ଜାଣନ୍ତୁ କେବେ ଶେଷ ହେବ ଦୁର୍ଦ୍ଦଶା

ବୈଦିକ ଜ୍ୟୋତିଷ ଅନୁସାରେ ଶନି ଗ୍ରହଙ୍କ ଗୋଚରର ବ୍ୟକ୍ତିଙ୍କ ଜୀବନ ଉପରେ ବିଶେଷ ପ୍ରଭାବ ରହିଥାଏ। ଜନ୍ମକୁଣ୍ଡଳୀର ଚନ୍ଦ୍ର ରାଶିଠାରୁ ଶନି ଦ୍ୱାଦଶ, ପ୍ରଥମ ଓ ଦ୍ୱିତୀୟ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri