ଜୁନ୍‌ ୩୦ ଯାଏ ଗଞ୍ଜାମ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌: ମଧ୍ୟାହ୍ନ ୧୨ଟାରୁ ପରେ ଘରୁ ନ ବାହାରିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୧୪।୬(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ଗୋଟିଏ ପଟେ କରୋନା ପଜିଟିଭ୍‌ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଅପରପକ୍ଷେ କେତେକ ଲୋକ ଏବେ ବି ମାସ୍କ ପିନ୍ଧୁ ନ ଥିବା, ସାମାଜିକ ଦୂରତା ରକ୍ଷା କରୁ ନ ଥିବା ଦେଖାଯାଉଛି। ଏପରିକି ଲୋକମାନେ ପୋଖରୀରେ ଗାଧୋଉଛନ୍ତି। ଏହି ସବୁ କାରଣରୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର କଡା ପଦକ୍ଷେପ ଗ୍ରହଣ କରିଛନ୍ତି। ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ ୭ ଟାରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଓ ଔଷଧ ଦୋକାନ ଖୋଲିବ ବୋଲି ଜିଲାପାଳ ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହାଛଡ଼ା ମଧ୍ୟାହ୍ନ ୧୨ ଟାରୁ ପରଦିନ ସକାଳ ୭ ଟା ପର୍ଯ୍ୟନ୍ତ ଜିଲାରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ରହିବ। ଏହା ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଶନିବାର ଓ ରବିବାର ପୂର୍ବଭଳି ଜିଲାରେ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ ବୋଲି ଜିଲାପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri