ଜୁନ୍‌ ୬ରୁ ଯୁକ୍ତ ୨ ନାମ ଲେଖା ଆବେଦନ: ଜୁଲାଇ ୨୪ରୁ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର, ୧।୬(ବ୍ୟୁରୋ): ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ ୨) ସମେତ ସେଲ୍ଫ ଫାଇନାନ୍ସ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍‌ ୬ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର କେବଳ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଅଫ୍‌ଲାଇନ୍‌ରେ କୌଣସି ଫର୍ମ ଗ୍ରହଣ କରାଯିବ ନାହିଁ। ଫର୍ମ ପୂରଣ କରିବା ପୂର୍ବରୁ ଛାତ୍ରୀଛାତ୍ରମାନେ କମନ୍‌ ଆପ୍ଲିକେସନ ଫର୍ମ(ସିଏଏଫ୍‌)କୁ ଭଲ ଭାବେ ପଢ଼ିବାକୁ ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଜୁନ୍‌ ୬ ପୂର୍ବାହ୍ନ ୧୧ଟାରୁ www.samodisha.gov.in ଓ୍ବେବ୍‌ସାଇଟ୍‌ରେ ସିଏଏଫ୍‌ ଉପଲବ୍ଧ ହେବ। ଜୁନ୍‌ ୨୦ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଜୁନ୍‌ ୨୮ରୁ ଜୁଲାଇ ୨ ତାରିଖ ମଧ୍ୟରେ ନାମ ଲେଖାଇପାରିବେ। ଜୁଲାଇ ୮ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ତଥା କଟ୍‌ ଅପ୍‌ ମାର୍କ ତାଲିକା ପ୍ରକାଶ ପାଇବ। ଏଥିପାଇଁ ଜୁଲାଇ ୯ରୁ ୧୧ ମଧ୍ୟରେ ନାମ ଲେଖା ହେବ। ଜୁଲାଇ ୧୬ରେ ବଳକା ସିଟ୍‌ ତାଲିକା ପ୍ରକାଶ କରାଯିବ। ଜୁଲାଇ ୨୦ରୁ ୨୨ ତାରିଖ ମଧ୍ୟରେ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ଜୁଲାଇ ୨୪ରୁ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆମ୍ଭ ହେବ ବୋଲି ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri