ଜୁନ୍‌ ୮ରୁ ଓଜେଇଇ ଅନ୍‌ଲାଇନ୍‌ ପରୀକ୍ଷା

ଭୁବନେଶ୍ୱର,୨୪।୫(ବ୍ୟୁରୋ)-ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ଅନ୍‌ଲାଇନ୍‌ ପରୀକ୍ଷା ଆସନ୍ତା ଜୁନ୍‌ ୮ ଓ ୯ରେ ଅନୁଷ୍ଠିତ ହେବ। ୮ତାରିଖରେ ଏମ୍‌.ଟେକ୍‌, ଏମ୍‌.ଆର୍କ, ଏମ୍‌ସିଏ, ଏଲ୍‌ଇ-ଏମ୍‌ସିଏ, ଏମ୍‌.ଫାର୍ମ, ଏମ୍‌.ପ୍ଲାନ୍‌ ଆଦି ବିଷୟରେ ପରୀକ୍ଷା ହେବ। ସେହିପରି ୯ତାରିଖରେ ଏମ୍‌ବିଏ ପରୀକ୍ଷା ହେବ। ଏ ନେଇ ଗୁରୁବାର ଓଜେଇଇ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୭ତାରିଖଠାରୁ www.ojee.nic.inରେ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ ହେବ। ତେବେ କେଉଁ ସିଫ୍ଟ ଓ କେଉଁ ସମୟରେ ପରୀକ୍ଷା ହେବ, ତାହା ପରୀକ୍ଷାର୍ଥୀମାନେ ନିଜ ନିଜ ଆଡ୍‌ମିଟ୍‌ କାର୍ଡରେ ସୂଚନା ପାଇପାରିବେ। ସୂଚନାଯୋଗ୍ୟ, ମେ ୧୩ରେ ଓଜେଇଇର ଅନ୍‌ଲାଇନ୍‌ ପରୀକ୍ଷା ହେବାର ଥିଲା। କିନ୍ତୁ ବାତ୍ୟା ‘ଫନୀ’ ଯୋଗୁ ପରୀକ୍ଷା ଘୁଞ୍ଚାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri