ଜୁନ ୧୭ ପରେ ହେବ ବାକି ରହିଯାଇଥିବା ପରୀକ୍ଷା, ଛାତ୍ରୀଛାତ୍ର ପଢ଼ାପଢ଼ି କରନ୍ତୁ: ମନ୍ତ୍ରୀ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଜୁନ ୧୭ ପୂର୍ବରୁ ବାକି ରହିଯାଇଥିବା ବିଭିନ୍ନ ପରୀକ୍ଷା ହେବ ନାହିଁ। ଜୁନ ୧୭ରେ ସ୍କୁଲ ଓ କଲେଜ ଖୋଲିବା ପରେ ଯେକୌଣସି ସମୟରେ ପରୀକ୍ଷା କରାଯିବ। ଉଚ୍ଚଶିକ୍ଷା ବିଭାଗର ସମୀକ୍ଷା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏ ନେଇ ସୂଚନା ଦେଇଛନ୍ତି। ଏଣୁ ଛୁଟି ସମୟରେ ଛାତ୍ରୀଛାତ୍ରଙ୍କୁ ପଢ଼ାପଢ଼ିରେ ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ପିଜି ଏକକ ପ୍ରବେଶିକା ପରୀକ୍ଷା ନେଇ କୁଳପତିମାନଙ୍କ ସହ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଦେଶରେ ଶିକ୍ଷା ବ୍ୟବସ୍ଥାର ସାମ୍ପ୍ରତିକ ସ୍ଥିତିକୁ ନେଇ ୟୁଜିସି ୭ଜଣିଆ କମିଟି ଗଠନ କରିଛି। ୟୁଜିସି ରିପୋର୍ଟ ଆସିବା ପରେ ରାଜ୍ୟ ସରକାର ଏ ନେଇ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି। ଏହାଛଡ଼ା ଆସନ୍ତା ୨୦ ତାରିଖରେ ଉଚ୍ଚଶିକ୍ଷା ବିଭାଗର ଗ୍ରୁପ୍‌ ଏ ଅଫିସରମାନେ ଅଫିସ ଆସିବା ବାଧ୍ୟତାମୂଳକ। ସେହିଭଳି ଗ୍ରୁପ୍‌ ସି ଓ ଡି କର୍ମଚାରୀମାନେ ଅଳ୍ପ ସଂଖ୍ୟାରେ ଆସିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri