ଜୁଲାଇରେ ଆଉ ୯ ଖଣି ନିଲାମ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟ ସରକାର ଆହୁରି ୯ଟି କୋଇଲା ଖଣିକୁ ନିଲାମ କରିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା ଜୁଲାଇ ସୁଦ୍ଧା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ଥିବା ଉକ୍ତ ଖଣିଗୁଡ଼ିକର ନିଲାମ କରାଯିବ। ସୁନ୍ଦରଗଡ଼ ଜିଲାର ଚାନ୍ଦିପୋଷି, ଝୁମକା ପଥିରିପୋଷି, ଠୋଲଟାପାହାଡ, ନେତ୍ରବନ୍ଧ ପାହାଡ ଲୁହାପଥର ଖଣି ଏବଂ ପୁରେଇବାହାଲ ଲୁହାପଥର ଖଣି ଏବଂ କେନ୍ଦୁଝର ଜିଲାର ଉଞ୍ଚାବଳି ଲୁହପଥର ଓ ମାଙ୍ଗାନିଜ, ଗନ୍ଧାଲପଡ଼ା ଲୁହାପଥର, ରେଙ୍ଗଲବେଡ ଉତ୍ତର-ପୂର୍ବ ଲୁହାପଥର ଖଣି ଓ କାଳିମାଟି ମାଙ୍ଗାନିଜ ଖଣିର ନିଲାମ ହେବ। ଖଣିଗୁଡିକର ନିଲାମ ଓ ସେଗୁଡିକୁ କାର୍ଯ୍ୟକ୍ଷମ କରିବା ସକାଶେ ନିଜ ରାଜ୍ୟର ଅତି କମ୍‌ରେ ୫ଟି ନୂତନ ଖଣି ଚିହ୍ନଟ କରିବାକୁ କେନ୍ଦ୍ର ସରକାର ଖଣିଜ ସମ୍ପଦ ରାଜ୍ୟଗୁଡିକୁ ପରାମର୍ଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଖଣି ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ନୂତନ ଗାଇଡ୍‌ଲାଇନ ଅନୁଯାୟୀ ରାଜ୍ୟ ସରକାର ଖଣି ନିଲାମ ସମ୍ବନ୍ଧୀୟ ସମସ୍ତ ପ୍ରକାର ଅନୁମତି, ଅନୁମୋଦନ ଏବଂ ପ୍ରସ୍ତୁତି ପାଇଁ ପ୍ରୋଜେକ୍ଟ ମନିଟରିଂ ୟୁନିଟ (ପିଏମ୍‌ୟୁ) ସ୍ଥାପନ କରିବାକୁ କୁହାଯାଇଛି। ପିଏମ୍‌ୟୁ ଖଣି ନିଲାମ ପ୍ରକ୍ରିୟାଠାରୁ ଆରମ୍ଭକରି ଷ୍ଟେଜ-୧ ପରିବେଶ ଅନୁମୋଦନ ଏବଂ ଶେଷ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ସମ୍ପାଦନ କରିବ। ଖଣି ଯୋଜନା ୧୫ ଦିନ ମଧ୍ୟରେ ଇଣ୍ଡିଆନ ବ୍ୟୁରୋ ଅଫ୍‌ ମାଇନ୍ସ (ଆଇବିଏମ୍‌)ଠାରୁ ଅନୁମୋଦନ ଆଣିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?