ଜୁଲାଇ ଶେଷ ସୁଦ୍ଧା ୫ଲକ୍ଷ ଛୁଇଁପାରେ କରୋନା ସଂକ୍ରମଣ, ଆବଶ୍ୟକ ୮୦ହଜାର ବେଡ୍‌: ସିସୋଡିଆ

ନୂଆଦିଲ୍ଲୀ,୯।୬: ଦିଲ୍ଲୀରେ ବେଲଗାମ୍‌ ହେଉଛି କରୋନା। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଗୋଷ୍ଠୀ ସଂକ୍ରମଣ ଭୟକୁ ନେଇ ମଙ୍ଗଳବାର ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ଅଧ୍ୟକ୍ଷତାରେ ଡିଡିଏମ୍‌ଏରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଓ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ସାମିଲ ହୋଇଥିଲେ। ଦିନକୁ ଦିନ ଦିଲ୍ଲୀରେ ଯେଉଁଭଳି ଭାବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି ଅନୁମାନ କରାଯାଉଛି ଯେ, ଜୁଲାଇ ୩୧ ସୁଦ୍ଧା ରାଜ୍ୟରେ ଭୟାନକ ସ୍ଥିତି ହେବା ସହ ସାଢ଼େ ୫ଲକ୍ଷରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହେବେ। ଆଉ ରୋଗୀଙ୍କ ଚିକିତ୍ସା ପାଇଁ ୮୦ହଜାର ବେଡ୍‌ର ଆବଶ୍ୟକତା ପଡ଼ିପାରେ ବୋଲି ସିସୋଡିଆ ଉକ୍ତ ବୈଠକରେ କହିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି, ଦିଲ୍ଲୀର ସମସ୍ତ ହସ୍ପିଟାଲକୁ ନେଇ ମୁଖ୍ୟମନ୍ତ୍ରୀ ନେଇଥିବା ନିଷ୍ପତ୍ତିକୁ ୨୪ଘଣ୍ଟା ହୋଇ ନ ଥିଲେ ମଧ୍ୟ ଉପରାଜ୍ୟପାଳ ଏହାକୁ ଖାରଜ କରିଦେଇଛନ୍ତି। ତେବେ ନିଜ ନିଷ୍ପତ୍ତି ଉପରେ ଉପରାଜ୍ୟପାଳ ଆଉ ଥରେ ବିଚାର କରନ୍ତୁ ବୋଲି ସିସୋଡିଆ କହିଛନ୍ତି। କାରଣ ଅନ୍ୟ ରୋଗୀଙ୍କ ପାଇଁ ହସ୍ପିଟାଲ ଖୋଲାଗଲେ ଏହା ଦିଲ୍ଲୀବାସୀଙ୍କ ପାଇଁ ଏହା ସଙ୍କଟ ସୃଷ୍ଟି କରିପାରେ ବୋଲି ସେ କହିଛନ୍ତି। ଅପରପକ୍ଷେ ପ୍ରାକୃତିକ ବିପର୍ଯ୍ୟୟ ବୈଠକ ପରେ ଉପରାଜ୍ୟପାଳ ଦ୍ୱିପ୍ରହର ୩ଟାରେ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏଥିରେ କରୋନା ମୁକାବିଲା ପାଇଁ ଆଲୋଚନା ହେବା ସହ ଏକ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯିବ। ଏହି ବୈଠକରେ ଆମ ଆଦମୀ ପାର୍ଟି (ଏଏପି), ଭାଜପା ଓ କଂଗ୍ରେସର କେତେକ ନେତା ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri