Posted inଖେଳ

ଜୁଲାଇ- ସେପ୍ଟେମ୍ବରରେ ଆଇପିଏଲ୍‌ ଆୟୋଜନ ନେଇ ଯୋଜନା

ମୁମ୍ବାଇ,୧୯।୩- କରୋନା ଭାଇରସ ସଂକ୍ରମଣ କାରଣରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣକୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ତେବେ ଏହି ହାଇପ୍ରୋଫାଇଲ କ୍ରିକେଟ ଲିଗ୍‌କୁ ଆସନ୍ତା ଜୁଲାଇ- ସେପ୍ଟେମ୍ବରରେ ଆୟୋଜନ କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଲକ୍ଷ୍ୟ ରଖିଛି। ପ୍ରଥମେ ପ୍ଲାନ ବି’ ଅନୁସାରେ ବୋର୍ଡ ଆଇପିଏଲ୍‌କୁ ସଂକ୍ଷିପ୍ତ କରିବାକୁ ଯୋଜନା କରିଥିଲା। କିନ୍ତୁ ବିସିସିଆଇ ଆଇପିଏଲ୍‌କୁ ଛୋଟ କରିବାକୁ ଚାହୁଁ ନାହିଁ। ପୂରା ୬୦ ମ୍ୟାଚ୍‌ ବିଶିଷ୍ଟ ସମ୍ପୂର୍ଣ୍ଣ ଲିଗ୍‌ ଆୟୋଜନ କରିବାକୁ ବିସିସିଆଇ ଲକ୍ଷ୍ୟ ରଖିଛି। ତେଣୁ ଆଇପିଏଲ୍‌କୁ ଜୁଲାଇ- ସେପ୍ଟେମ୍ବରରେ ଆୟୋଜନ କରିବାକୁ ବିସିସିଆଇ ଯୋଜନା କରୁଛି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।
ଆଗାଗୀ ଦିନରେ ଯଦି ପରିସ୍ଥିତିରେ ଉନ୍ନତି ନ ଘଟେ ତା’ହେଲେ ଆଇପିଏଲ୍‌କୁ ଏହି ଦୁଇ ମାସରେ ଆୟୋଜନ କରାଯାଇପାରେ। ଜୁଲାଇ- ସେପ୍ଟେମ୍ବରରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଫ୍ୟୁଚର ଟୁର ପ୍ରୋଗ୍ରାମ ସାମାନ୍ୟ କୋହଳ ରହିଛି। ସେପ୍ଟେମ୍ବରରେ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଏସିଆ କପ୍‌, ପାକିସ୍ତାନର ଇଂଲଣ୍ଡ ଗସ୍ତ ଓ ଆୟର୍ଲାଣ୍ଡର ଇଂଲଣ୍ଡ ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ୩ଟି କାର୍ଯ୍ୟକ୍ରମକୁ ବାଦ୍‌ ଦେଲେ ଆଉ କୌଣସି ବଡ଼ ଇଭେଣ୍ଟ ଏହି ଦୁଇ ମାସ ମଧ୍ୟରେ ନାହିଁ। ତେଣୁ ବିସିସିଆଇ ଏହାର ଫାଇଦା ନେବାକୁ ଚାହୁଁଛି। ଇଂଲଣ୍ଡ ଓ ପାକିସ୍ତାନ ଖେଳାଳିମାନେ ଆଇପିଏଲରେ ଅଂଶଗ୍ରହଣ କରିପାରିବେ ନାହିଁ। କିନ୍ତୁ ବାକି ଦେଶରେ ଖେଳାଳିମାନେ ଆଇପିଏଲ୍‌ ଖେଳିବାର ସମସ୍ୟାର ସମ୍ମୁଖୀନ ହେବେ ନାହିଁ।
ଭାରତ ସେପ୍ଟେମ୍ବରରେ ଏସିଆ କପ୍‌ ଖେଳିବ। ପୁଣି ଜୁନ/ ଜୁଲାଇରେ ଶ୍ରୀଲଙ୍କା ବପକ୍ଷରେ ୩ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏବେ ଏହି କାର୍ଯ୍ୟସୂଚୀରେ କିଭଳି ପରିବର୍ତ୍ତନ କରିହେବ ସେ ନେଇ ବିସିସିଆଇ ଚିନ୍ତା କରୁଛି। ଉଲ୍ଲେଖଥାଉ କି, ୨୦୦୯ରେ ଦକ୍ଷିଣ ଆଫ୍ରିକାରେ ଆଇପିଏଲ ମାତ୍ର ୩୭ ଦିନ ମଧ୍ୟରେ ଖେଳଯାଇଥିଲା। ଆବଶ୍ୟକ ହେଲେ ଆଇପିଏଲକୁ ଆଂଶିକ ଭାବେ ଭାରତରେ ଓ ବିଦେଶରେ ଆୟୋଜନ କରାଯାଇପାରେ। କିମ୍ବା ପୂରା ଟୁର୍ନାମେଣ୍ଟକୁ ବିଦେଶକୁ ସ୍ଥାନାନ୍ତର କରାଯାଇପାରେ। ତେବେ କରୋନା ଭାଇରସ୍‌ର ସଂକ୍ରମଣ ନିୟନ୍ତ୍ରଣ ଉପରେ ସବୁକିଛି ନିର୍ଭର କରୁଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri