ଜୁଲାଇ ୧ରୁ ଖୋଲିବ ଇଞ୍ଜିନିୟରିଂ କଲେଜ: ବାକି ଥିବା ପରୀକ୍ଷା ସହ ନାମଲେଖା ନେଇ ଚିଠି

ଭୁବନେଶ୍ୱର, ୩।୫(ବ୍ୟୁରୋ): ଦେଶର ସମସ୍ତ ଇଞ୍ଜିନିୟରିଂ କଲେଜ ଓ ପ୍ରଫେସନାଲ ଏଜୁକେଶନ ଇନ୍‌ଷ୍ଟିଚ୍ୟୁଟ୍‌ ଆସନ୍ତା ଜୁଲାଇ ୧ରୁ ଖୋଲିବ। ଏନେଇ ଅଲ୍‌ ଇଣ୍ଡିଆ କାଉନ୍‌ସିଲ ଫର୍‌ ଟେକ୍ନିକାଲ ଏଜୁକେଶନ(ଏଆଇସିଟିଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ରଙ୍କ ପରୀକ୍ଷା ଓ ଶିକ୍ଷାବର୍ଷକୁ ନେଇ ମଧ୍ୟ ଏଆଇସିଟିଇ ସ୍ବତନ୍ତ୍ର ଗାଇଡ୍‌ଲାଇନ ଜାରି କରିଛି। ଏ ସଂକ୍ରାନ୍ତରେ ଦେଶର ସମସ୍ତ ବୈଷୟିକ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସମେତ ସବୁ ରାଜ୍ୟର ବିଭାଗୀୟ ସଚିବଙ୍କୁ ଚିଠି ଲେଖାଯାଇଛି।
କରୋନା ଯୋଗୁ ଶିକ୍ଷାବର୍ଷ ପ୍ରଭାବିତ ହୋଇଥିବାବେଳେ କିଛି ପରୀକ୍ଷା ବାକି ରହିଯାଇଛି। କେବଳ ବାକି ଥିବା ସେମିଷ୍ଟର ପରୀକ୍ଷା ହେବ। ଟର୍ମିନାଲ ସେମିଷ୍ଟର ଓ ଇଣ୍ଟରମିଡିଏଟ୍‌ ସେମିଷ୍ଟର ପରୀକ୍ଷାକୁ ଜୁଲାଇ୧ରୁ ୩୧ମଧ୍ୟରେ କରାଯିବ ବୋଲି କୁହାଯାଇଛି। ତେବେ ଅନ୍ୟବର୍ଷର ପରୀକ୍ଷା ନ କରାଇ ଛାତ୍ରୀଛାତ୍ରଙ୍କୁ ଇଣ୍ଟରନାଲ ମାର୍କକୁ ଧ୍ୟାନରେ ରଖି ପ୍ରମୋଶନ ଦିଆଯିବ ବୋଲି ଉକ୍ତ ବିଜ୍ଞପ୍ତିରେ ପ୍ରକାଶ ପାଇଛି। ଏହାଛଡ଼ା ଚଳିତବର୍ଷ ଆଡ଼ମିଶନ ନେବାକୁ ଥିବା ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଅଗଷ୍ଟ ପହିଲାରୁ ଆରମ୍ଭ ହେବ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଚଳିତବର୍ଷ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ଫି’ ବୃଦ୍ଧି ନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri