ଜୁଲାଇ ୪ରେ ରଥଯାତ୍ରା: ଚାଲିଛି ଦୁଆର ବେଢ଼ା କାମ

ପୁରୀ ଅଫିସ, ୩୦ା୬: ଜୁଲାଇ ୪ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ଚଳଚଞ୍ଚଳ ରଥଖଳା। ଅକ୍ଷୟତୃତୀୟଠାରୁ ଆରମ୍ଭ ହୋଇଥିବା ରଥକାମ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମହାରଣା, ଭୋଇ, କମାର, ରୂପକାର ଏବଂ ଚିତ୍ରକର ସେବକମାନେ କାମରେ ବ୍ୟସ୍ତ ରହିଛନ୍ତି। ତିନିରଥର ତୃତୀୟ ଭୂଇଁ ଟୁଙ୍ଗୁରା ଯିବାପରେ ପୋଟଳ ଖମ୍ବି, ପୋଟଳ ଓରା ଉପରକୁ ଉଠି ପ୍ରଥମ ପରସ୍ତ ପୋଟଳ ତଥା ବଡଥଳି ପୋଟଳ ଉଠିଛି। ରଥର ତେର ପରସ୍ତ ପୋଟଳ କାମ ସରିଛି। ଅଁଳା ହଣା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଦୁଆର ବେଢା, କଳସ ଓ ଖପୁରି କାମ ଚାଲିଛି। ତେର ପରସ୍ତ ପୋଟଳର ୬ ଓ ୭ ନମ୍ବରକୁ ମିଶାଇ ପାରାଭାଡ଼ିି ପ୍ରସ୍ତୁତ କରାଯାଏ। ଦର୍ପଦଳନ ରଥର ପାରା ଭାଡ଼ି ପ୍ରସ୍ତୁତ ଶେଷ ହୋଇ ରଙ୍ଗ ଦିଆ ସରିିଛି। ଅନ୍ୟ ଦୁଇ ରଥର ପାରାଭାଡ଼ି କାମି ଚାଲିଛି। ଚାରି ନାହାକା ଚାରିପଟେ କଇଁଚି ବାଡ଼ିଆ କରାଯାଇଛି। ଏହା ଚାରି ନାହାକାକୁ ଶକ୍ତ ରଖିବ। ରଥରେ ତାଗ ବାଡ଼ିଆ କରାଯାଇଛି। ଗୟଳ ଉପରେ ବରଗା ଗୁଡ଼ିକ ହେଉଛି ତାଗ। ତାଗବାଡିଆ ସରିବା ପରେ ରଥରେ ପଟା ପଡ଼ିବ। ସେହିପରି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପରିସରରେ ରଙ୍ଗ କାମ ଚାଲିଛି। ଚିତ୍ରକର ସେବକମାନେ ଶିଖର ଡମ୍ବରୁ, ପାର୍ଶ୍ୱ ଦେବଦେବୀ, ସଖୀ, ଓଲଟ ଶୁଆ, ହଂସପଟା, କନ୍ୟାପଟା, ଋଷିପଟା, ଠେକରାବାଡ, ନାଟଗୋଡ ପ୍ରଭୃତି ରଙ୍ଗ କରୁଛନ୍ତି। ରୂପକାର ସେବକମାନେ ନାଟଗୋଡ଼ ଓ ସିଂହାସନ ନିର୍ମାଣରେ ଲାଗିଛନ୍ତି। ଦେଳବୋଦି କୋଣରେ କମାର ସେବକମାନେ କଣ୍ଟା ନିର୍ମାଣରେ ବ୍ୟସ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri