ଜୁଲାଇ ୮ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା

କଟକ ଅଫିସ,୧୩ା୬ : ଜୁଲାଇ ୮ ତାରିଖରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ଚାଲିବ। କେବଳ ଗଣିତ ପରୀକ୍ଷା ନିମନ୍ତେ ୧୫ ମିନିଟ ଅଧିକ ସମୟ ଦିଆଯିବ। ଏଥିପାଇଁ ଗତ ୪ ତାରିଖରୁ ଫର୍ମପୂରଣ ଆରମ୍ଭ ହୋଇଥିବାବେଳେ ଆସନ୍ତା ୧୭ ତାରିଖ ହେଉଛି ଫର୍ମ ଦାଖଲର ଶେଷ ଦିନ। ବୋର୍ଡ ସମ୍ପାଦକ ରାମାଶିଷ ହାଜରା ଓ ପରୀକ୍ଷା ନିୟନ୍ତ୍ରକ ଡ. ନିହାର ରଞ୍ଜନ ମହାନ୍ତି ଗୁରୁବାର ବୋର୍ଡ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଜୁଲାଇ ୧୪ ତାରିଖରେ ସରିବ। ତେବେ ପ୍ରଥମ ଦିନ ୮ ତାରିଖରେ ପ୍ରଥମ ଭାଷା, ୯ରେ ଦ୍ୱିତୀୟ ଭାଷା, ୧୦ରେ ତୃତୀୟ ଭାଷା ଓ ମୂକ,ବଧିର ପରୀକ୍ଷାର୍ଥୀଙ୍କ ପାଇଁ ଭିଜୁଆଲ ଆର୍ଟ ଥିଓରି ପରୀକ୍ଷା, ୧୧ରେ ଗଣିତ, ୧୨ରେ ବିଜ୍ଞାନ, ୧୩ରେ ସାମାଜିକ ବିଜ୍ଞାନ ଓ ୧୪ ତାରିଖରେ ଭିଜୁଆଲ ଆର୍ଟ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ। ଭିଜୁଆଲ ଆର୍ଟ ଥିଓରି ପରୀକ୍ଷା କରାଯାଇଥିବା କେନ୍ଦ୍ରରେ ହିଁ ଭିଜୁଆଲ ଆର୍ଟର ପ୍ରାକ୍ଟିକାଲ ପରୀକ୍ଷା ହେବ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମଦିନ ୮ ତାରିଖରେ ଇଂଲିଶ, ୯ରେ ଓଡ଼ିଆ ଓ ଅନ୍ୟାନ୍ୟ ପ୍ରଥମ ଭାଷା, ୧୦ରେ ଗଣିତ, ୧୧ରେ ସାମାଜିକ ବିଜ୍ଞାନ, ୧୨ରେ ବିଜ୍ଞାନ, ୧୩ରେ ପେଣ୍ଟିଂ(ଥିଓରି), ୧୪ରେ ପେଣ୍ଟିଂ(ପ୍ରାକ୍ଟିକାଲ), ୧୫ରେ ଗୃହବିଜ୍ଞାନ(ଥିଓରି ଓ ପ୍ରାକ୍ଟିକାଲ), ୧୬ ତାରିଖରେ ଭାରତୀୟ ସଂସ୍କୃତି ଓ ଐତିହ୍ୟ ପରୀକ୍ଷା କରାଯିବ। ତେବେ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାର କେବଳ ପେଣ୍ଟିଂ ଥିଓରି ୯ଟାରୁ ୧୦ଟା ୩୦ ଓ ପେଣ୍ଟିଂ ପ୍ରାକ୍ଟିକାଲ ୯ଟାରୁ ୧୨ଟା ପର୍ଯ୍ୟନ୍ତ କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri