ଜେଇଇ ମେନ୍‌ରେ ଆସିବ ଓଡ଼ିଆ ପ୍ରଶ୍ନପତ୍ର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଏଣିକି ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ‘ଜେଇଇ ମେନ୍‌’ରେ ଓଡ଼ିଆ ଭାଷାରେ ପ୍ରଶ୍ନପତ୍ର ଆସିବ। ଓଡ଼ିଆ ସମେତ ମୋଟ ୧୧ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ। ୨୦୨୧ରୁ ଏହା ଲାଗୁ ହେବ। ବର୍ତ୍ତମାନ ଇଂଲିଶ, ହିନ୍ଦୀ ଓ ଏକମାତ୍ର ଆଞ୍ଚଳିକ ଭାଷା ଭାବେ ଗୁଜରାଟୀରେ ପ୍ରଶ୍ନପତ୍ର ଆସୁଛି। ଅନେକ ରାଜ୍ୟ ନିଜର ଆଞ୍ଚଳିକ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ କରିବାକୁ ବାରମ୍ବାର ଦାବି କରୁଥିଲେ। ତାହାକୁ ବିଚାରକୁ ନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛି। ୨୦୨୧ରୁ ଇଂଲିଶ, ହିନ୍ଦୀ ସମେତ ୯ ଆଞ୍ଚଳିକ ଭାଷା ଓଡ଼ିଆ, ଅହମିୟା, ବଙ୍ଗଳା, ଗୁଜରାଟୀ, କନ୍ନଡ଼, ମରାଠୀ, ତାମିଲ, ତେଲୁଗୁ ଓ ଉର୍ଦ୍ଦୁ ଭାଷାରେ ପ୍ରଶ୍ନପତ୍ର ଆସିବ। ମୋଟ ୧୧ ଭାଷାରେ ପ୍ରଶ୍ନପତ୍ର କରିବାକୁ ମନ୍ତ୍ରଣାଳୟ ପକ୍ଷରୁ ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ(ଏନ୍‌ଟିଏ)କୁ ନିର୍ଦ୍ଦେଶ ଦିଆଯାଇଛି। ଜେଇଇ ମେନ୍‌-୨୦୨୦ରୁ ଏହା ଲାଗୁ କରିବାକୁ ଯୋଜନା ହୋଇଥିଲା। ହେଲେ ପରୀକ୍ଷାର ତାରିଖ ଧାର୍ଯ୍ୟ ହୋଇସାରିଥିବାରୁ ୨୦୨୧ ଜାନୁୟାରୀରେ ହେବାକୁ ଥିବା ପରୀକ୍ଷାରୁ ଏହାକୁ ଲାଗୁ କରଯିବ। ସୂଚନାଯୋଗ୍ୟ, ଜେଇଇ ମେନ୍‌ ମାଧ୍ୟମରେ ଛାତ୍ରୀଛାତ୍ର ବିଭିନ୍ନ ଇଞ୍ଜିନିୟରିଂ ପାଠ୍ୟକ୍ରମ ସମେତ ଆର୍କିଟେକଚର୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଚୟନ ହୋଇଥାନ୍ତି। ବିଶେଷକରି ଆଇଆଇଟି, ଏନ୍‌ଆଇଟି, ଆଇଆଇଆଇଟି, ସରକାରୀ ଅନୁଦାନପ୍ରାପ୍ତ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri