ଜେଏନ୍‌ୟୁରେ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବିଭିନ୍ନ ସଂଗଠନର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୮ା୧-ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ଛାତ୍ରୀଛାତ୍ର ଓ ଅଧ୍ୟାପିକାଅଧ୍ୟାପକଙ୍କ ଉପରେ ରବିବାର ହୋଇଥିବା ଆକ୍ରମଣକୁ ନେଇ ଏବେ ବିଭିନ୍ନ ସଂଗଠନ ରାସ୍ତାକୁ ଓହ୍ଲାଇବା ସହ ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ସୋମବାର ଏ ନେଇ ଅଲ୍‌ ଇଣ୍ଡିଆ ଡିଏସ୍‌ଓ(ଡେମୋକ୍ରାଟିକ ଷ୍ଟୁଡେଣ୍ଟସ୍‌ ଅର୍ଗାନାଇଜେଶନ) ପକ୍ଷରୁ ଗଣ ବିକ୍ଷୋଭ ସହ ଘଟଣାକୁ ନିନ୍ଦା କରାଯାଇଥିଲା। ମଙ୍ଗଳବାର ପୁଣି ବିଭିନ୍ନ ଛାତ୍ର ସଂଗଠନ ଓ ଯୁବ ସଂଗଠନ ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ା ଜେଏନ୍‌ୟୁ ଭଳି ଏକ ଜାତୀୟସ୍ତରୀୟ ଗବେଷଣା ସମ୍ପନ୍ନ ବିଶ୍ୱବିଦ୍ୟାଳୟରେ ଏଭଳି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସଂଗଠନ ପକ୍ଷରୁ କୁହାଯିବା ସହ ଘଟଣାକୁ ତୀବ୍ର ନିନ୍ଦା କରାଯାଇଛି। ଜେଏନ୍‌ୟୁ ଭଳି ଶିକ୍ଷାନୁଷ୍ଠାନ ମଧ୍ୟରେ ଛାତ୍ରୀଛାତ୍ର, ଅଧ୍ୟାପକଙ୍କୁ ଆକ୍ରମଣ ଘଟଣା ଭାରତର ସମଗ୍ର ଛାତ୍ରୀଛାତ୍ରଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଘଟଣାରେ ସମ୍ପୃକ୍ତ ଗୁଣ୍ଡାମାନେ ଛାତ୍ରୀଛାତ୍ରଙ୍କ ଉପରେ ଆକ୍ରମଣ କରିବା ସମୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ସତ୍ତ୍ୱେ ଦୋଷୀଙ୍କୁ ଗିରଫ କରା ନ ଯିବା ଅତ୍ୟନ୍ତ ନିନ୍ଦନୀୟ ବୋଲି ସଂଗଠନଗୁଡିକ ଅଭିଯୋଗ କରିଥିଲେ। ଏ ଦିଗରେ କେନ୍ଦ୍ର ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ସହ ଦୋଷୀଙ୍କୁ ଗିରଫ କରି ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି ା ଏହି ବିକ୍ଷୋଭ ସମାବେଶରେ ସିପିଏମ୍‌ ନେତା ବସନ୍ତ ନନ୍ଦ, ଯୁଧିଷ୍ଠିର ବେହେରା, ଏଆଇୱାଇଏଫ(ଅଲ ଇଣ୍ଡିଆ ୟୁଥ ଫେଡେରେଶନ) ରାଜ୍ୟ ସମ୍ପାଦକ ପ୍ରଦୀପ ସେଠୀ, ଏଆଇଏସ୍‌ଏଫ (ଅଲ ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡେରେଶନ) ଜିଲା ସମ୍ପାଦକ କାମଦେବ ନାହାକ, କୃଷ୍ଣଚନ୍ଦ୍ର ରାଉଳ, ବିଦ୍ୟୁତ ପ୍ରଭା ନାୟକ,ଏସ୍‌ଏଫ୍‌ଆଇ (ଷ୍ଟୁଡେଣ୍ଟ ଫେଡେରେଶନ ଅଫ ଇଣ୍ଡିଆ) ନେତା ସତ୍ୟନାରାୟଣ ନାୟକ, ଡିୱାଇଏଫଆଇ (ଡେମୋକ୍ରେଟିକ ୟୁଥ ଫେଡେରେଶନ) ଜିଲା ସମ୍ପାଦକ ଅଜିତ ପାଣିଗ୍ରାହୀ, ଗଣତାନ୍ତ୍ରିକ ମହିଳା ସମିତି ଜିଲା ସଭାନେତ୍ରୀ ଜୟନ୍ତୀବାଳା ମିଶ୍ର, ଏନ୍‌ଏସ୍‌ୟୁଆଇ (ନ୍ୟାଶନାଲ ଷ୍ଟୁଡେଣ୍ଟସ ୟୁନିୟନ ଅଫ ଇଣ୍ଡିଆ) ଜିଲା ସଭାପତି ବିଜୟ ରାଜ ପାଣିଗ୍ରାହୀ ପ୍ରମୁଖ ନେତୃତ୍ୱ ନେଇଥିଲେ ା ଅନ୍ୟମାନଙ୍କ ମଧ୍ୟରେ ଏଆଇ ଡିଏସ୍‌ଓ, ଏଆଇଡିୱାଇଓ, ଏଆଇଡିଡବ୍ଲୁ (ଅଲ ଇଣ୍ଡିଆ ଡେମୋକ୍ରେଟିକ ୱମେନ ଆସୋସିଏଶନ) ପ୍ରମୁଖ ସଂଗଠନର କର୍ମକର୍ତ୍ତା ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri