Posted inଜାତୀୟ

ଜେଏନ୍‌ୟୁ ଛାତ୍ରସଂସଦ ନିର୍ବାଚନ: ବାମ ସଂଗଠନ ପ୍ରାର୍ଥୀ ଆଗରେ

ନୂଆଦିଲ୍ଲୀ,୯ା୯(ଆଇଏଏନ୍‌ଏସ୍‌): ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ଛାତ୍ରସଂସଦ ନିର୍ବାଚନ ଭୋଟ ଗଣତି ଅଧାରୁ ଅଟକି ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୫୫ରୁ ଭୋଟଗଣତି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ଛାତ୍ରୀଛାତ୍ର ଓ ବିଶ୍ୱବିଦ୍ୟାଳୟ ଅଭିଯୋଗ ସମାଧାନ ପ୍ରକୋଷ୍ଠ (ଜିଆର୍‌ସି) ମଧ୍ୟରେ ମତଭେଦ ଯୋଗୁ ଏହାକୁ ସ୍ଥଗିତ ରଖାଯାଇଛି। ମୋଟ ୧୮୪୧ ବାଲାଟରୁ ୫୫୦ଟି ଗଣାସରିଥିବାବେଳେ ସଭାପତି ପଦ ପାଇଁ ଲଢ଼ୁଥିବା ବାମ ସଂଗଠନର ଐଶେ ଘୋଷ ଆଗରେ ଅଛନ୍ତି। ସେହିପରି ବାମ ସଂଗଠନରୁ ଉପସଭାପତି ପଦ ପାଇଁ ଲଢ଼ୁଥିବା ସକେତ୍‌ ମୁନ୍‌ ୩୬୦ ଭୋଟ ସହ ଆଗରେ ରହିଥିବା ଜଣାପଡିଛି। ୧୭ ତାରିଖ ପର୍ଯ୍ୟନ୍ତ ଫଳାଫଳ ଘୋଷଣା ନ କରିବାକୁ ଦିଲ୍ଲୀ ହାଇକୋର୍ଟ ଜେଏନ୍‌ୟୁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରଥମ ପର୍ଯ୍ୟାୟରେ ଛାତ୍ରସଂସଦର ସବୁ ପ୍ରମୁଖ ପଦରେ ବାମଦଳ ପ୍ରାର୍ଥୀ ଆଗରେ ରହିଛନ୍ତି। ସଭାପତି ପଦ ପାଇଁ ବିର୍ସା ଆମ୍ବେଡ୍‌କର ଫୁଲେ ଷ୍ଟୁଡେଣ୍ଟସ୍‌ ଆସୋସିଏଶନ (ବିଏପିଏସ୍‌ଏ) ଫ୍ରାଟରନିଟିରୁ ପ୍ରାର୍ଥୀ ହୋଇଥିବା ଓଡ଼ିଆ ଛାତ୍ର ଜିତେନ୍ଦ୍ର ସୁନାଙ୍କୁ ପଛରେ ପକାଇ ଦେଇଛନ୍ତି ଐଶେ। ଗଣତି ହୋଇଥିବା ୫୫୦ ଭୋଟରୁ ସେ ୨୬୬ ପାଇଛନ୍ତି। ସାଧାରଣ ସମ୍ପାଦକ ପାଇଁ ପ୍ରାର୍ଥୀ ହୋଇଥିବା ସତୀଶ ଚନ୍ଦ୍ର ଯାଦବ ୨୬୧ ଭୋଟ ପାଇଥିବାବେଳେ ଯୁଗ୍ମ ସମ୍ପାଦକ ପ୍ରାର୍ଥୀ ମହମ୍ମଦ ଡାନିଶ ୩୫୩ ଭୋଟ ପାଇଛନ୍ତି। ନିର୍ବାଚନ ଲଢ଼ୁଥିବା ବାମ ଦଳଗୁଡିକ ମଧ୍ୟରେ ଅଛନ୍ତି ଅଖିଳ ଭାରତ ଛାତ୍ର ସଂଗଠନ (ଏଆଇଏସ୍‌ଏ), ଭାରତର ଛାତ୍ର ସଂଘ (ଏସ୍‌ଏଫ୍‌ଆଇ), ଗଣତାନ୍ତ୍ରିକ ଛାତ୍ର ସଂଘ (ଡିଏସ୍‌ଏଫ) ଏବଂ ଅଖିଳ ଭାରତ ଛାତ୍ର ସଂଘ (ଏଆଇଏସ୍‌ଏଫ୍‌)।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri