ଜେଏନ୍‌ୟୁ ହିଂସାକୁ ନେଇ ପ୍ରତିକ୍ରିୟା ରଖିଲେ ବଲିଉଡ୍‌ ସେଲିବ୍ରିଟି

ନୂଆଦିଲ୍ଲୀ,୬।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) କ୍ୟାମ୍ପସ୍‌ରେ ରବିବାର ରାତିରେ ଦୁଇ ଛାତ୍ରଗୋଷ୍ଠି ମଧ୍ୟରେ ବିବାଦ ଦେଖାଦେଇଛି। ରାତି ଅନ୍ଧକାରରେ କିଛି ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି କ୍ୟାମ୍ପସ୍‌ ଭିତରକୁ ପଶି ଛାତ୍ରଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଜେଏନ୍‌ୟୁ ଛାତ୍ର ସଂଘର ଅଧ୍ୟକ୍ଷ ଆହତ ହୋଇଥିବା ବେଳେ କେତେକ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଛି। ଏହି ହିଂସାକୁ ନେଇ ବଲିଉଡ୍‌ ସେଲିବ୍ରିଟିମାନେ ନିଜର ପ୍ରତିକ୍ରିୟା ରଖିଛନ୍ତି। ଅଭିନେତ୍ରୀ ସ୍ବରା ଭାସ୍କର ଏହି ଆକ୍ରମଣକୁ ନେଇ ଚିନ୍ତାପ୍ରକଟ କରି ଏକ ଭିଡିଓ ଶେୟାର କରିଛନ୍ତି। ସବୁ ଦିଲ୍ଲୀବାସୀ ବାବା ଗଙ୍ଗନାଥ ମାର୍ଗରେ ଏକତ୍ରିତ ହୁଅନ୍ତୁ ବୋଲି ସେ ଆହ୍ବାନ ଦେଇଛନ୍ତି। ଏକତ୍ରିତ ହେବା ଫଳରେ ଏହା ପୋଲିସ ଓ ସରକାରଙ୍କ ଉପରେ ଚାପପକାଇବ ଏବଂ ତୁରନ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇପାରିବ ବୋଲି ସ୍ବରା ଭିଡିଓରେ କହିଛନ୍ତି। ଉକ୍ତ ଭିଡିଓଟି ଶେୟାର କରିବା ସମୟରେ ସ୍ବରା ଭାବପ୍ରବଣ ହୋଇଥିବା ଦେଖିବାକୁ ମିଳିଛି।

ସେହିପରି ଅଭିନେତ୍ରୀ ତାପସୀ ପାନ୍ନୁ ମଧ୍ୟ ଏହି ଘଟଣାକୁ ନେଇ ଟୁଇଟ କରିଛନ୍ତି। ସେ କହିଛନ୍ତି, ଯେଉଁଠାରେ ପିଲାଙ୍କ ଭବିଷ୍ୟତ ଗଢ଼ାଯାଉଛି ସେଠାରେ ଏଭଳି ହିଂସା ଲଜ୍ଜାଜନକ। ଏହି ହିଂସା ସମସ୍ତଙ୍କୁ ଗଭୀର ଆଘାତ ପହଞ୍ଚାଇଥିବା ବେଳେ ଏହା କେବେ ବି ଠିକ୍‌ ନ ହୋଇପାରିବା ଭଳି ଏକ କ୍ଷତି। ଏହା ଅତ୍ୟନ୍ତ ଦୁଃଖଦାୟକ। ସୂଚନାଯୋଗ୍ୟ, ସ୍ବରା ଓ ତାପସୀ ଜେଏନ୍‌ୟୁର ପୂର୍ବତନ ଛାତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri