ଜେଏସ୍‌ପିଏଲ୍‌ର ବ୍ୟାପକ ପ୍ରସ୍ତୁତି

ଅନୁଗୋଳ ଅଫିସ, ୨୫।୩- କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌) ପକ୍ଷରୁ ଅନୁଗୋଳସ୍ଥିତ ଇସ୍ପାତ କାରଖାନା ସମେତ ଏହାର ସମସ୍ତ କାରଖାନାରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଜିଲା ପ୍ରଶାସନ ଅନୁମୋଦନ କ୍ରମେ ସର୍ବନିମ୍ନ ଆବଶ୍ୟକ କର୍ମଚାରୀଙ୍କ ଦ୍ୱାରା ଏହି ଇସ୍ପାତ କାରଖାନା ପରିଚାଳିତ ହେଉଥିବାବେଳେ ମାତ୍ରାଧିକ କର୍ମଚାରୀଙ୍କୁ ଘରେ ରହି କାର୍ଯ୍ୟ କରିବା ପାଇଁ କୁହାଯାଇଛି।
ଜେଏସ୍‌ପିଏଲ୍‌ ପକ୍ଷରୁ କୁହାଯାଇଛି ଯେ, ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଦ୍ୱାରା କର୍ମଚାରୀମାନଙ୍କ ସ୍ବାସ୍ଥ୍ୟ ନିରୀକ୍ଷଣ କରାଯାଉଛି। କାରଖାନାର ସମସ୍ତ କର୍ମଚାରୀ, ସେମାନଙ୍କ ପରିବାର ଓ ସ୍ଥାନୀୟ ଲୋକମାନଙ୍କ ସ୍ବାସ୍ଥ୍ୟର ଯତ୍ନ ନେବା ସହିତ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଜେଏସ୍‌ପିଏଲ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲ ନିର୍ଦ୍ଦେଶ ଦେଇଛନ୍ତି। ପାଶ୍ୱବର୍ତ୍ତୀ ଗ୍ରାମରେ ଥିବା ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚ୍‌ଜି)ଙ୍କୁ ମାସ୍କ ତିଆରି ପାଇଁ ଜେଏସ୍‌ପିଏଲ ସହାୟତା ପ୍ରଦାନ କରୁଛି। ଅଲ୍‌ଟ୍ରାଭାଓଲେଟ ଉପଚାର ପରେ ଉକ୍ତ ମାସ୍କ କର୍ମଚାରୀ ଓ ସେମାନଙ୍କ ପରିବାରବର୍ଗଙ୍କୁ ବ୍ୟବହାର ପାଇଁ ଦିଆଯାଉଛି। ଅନୁଗୋଳ ଇସ୍ପାତ କାରଖାନା ସହ କମ୍ପାନୀର ଅନ୍ୟ କାରଖାନାରେ ରିସ୍କ ମ୍ୟାନେଜମେଣ୍ଟ ଗ୍ରୁପ୍‌ ଗଠନ କରାଯାଇଛି। କୌଣସି ସ୍ଥାନରେ ୭ରୁ ଅଧିକ ଲୋକଙ୍କ ଭିଡ କରିବାକୁ ଦିଆଯାଉ ନାହିଁ। ଟାଉନ୍‌ଶିପ୍‌ରେ ଲୋକମାନଙ୍କ ଚଳାଚଳ ଉପରେ ନଜର ରଖାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀର ଉପଲବ୍ଧତାକୁ ନିଶ୍ଚିତ କରାଯାଇଛି। ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ଅଧ୍ୟକ୍ଷା ଶାଲୁ ଜିନ୍ଦଲଙ୍କ ନିର୍ଦ୍ଦେଶକ୍ରମେ ସିଏସ୍‌ଆର୍‌ ବିଭାଗ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ସାମାଜିକ ଦୂରତା ରକ୍ଷା କରିବା, ନିୟମିତ ହାତ ଧୋଇବା ଓ ବ୍ୟକ୍ତିଗତ ସ୍ବଚ୍ଛତା ସମ୍ପର୍କରେ ଲୋକଙ୍କୁ ସଚେତନତା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri