ଜେଏସ୍‌ପିଏଲ ପାଳିଲା ଇଞ୍ଜିନିୟର୍ସ ଦିବସ

ଅନୁଗୋଳ ଅଫିସ, ୧୬।୯: ଅନୁଗୋଳ ଜେଏସ୍‌ପିଏଲ ପରିସରରେ ରବିବାର ଇଞ୍ଜିନିୟର୍ସ ଦିବସ ପାଳିତ ହୋଇଯାଇଛି। ଭାରତ ରତ୍ନ ତଥା ପ୍ରଖ୍ୟାତ ଇଞ୍ଜିନିୟର ଡଃ. ଏମ୍‌. ବିଶ୍ୱେସ୍ବରାୟଙ୍କ ଜନ୍ମ ବାର୍ଷିକୀ ଅବସରରେ ଏହି ଦିବସ ପାଳନ କରାଯାଇଛି। ଜେଏସ୍‌ପିଏଲର ମୁଖ୍ୟ ପରିଚାଳନା ଅଧିକାରୀ ପଙ୍କଜ ଗୌତମ, ନିର୍ବାହୀ ନିର୍ଦ୍ଦେଶକ-ମେଣ୍ଟେନାନ୍ସ ସୁରେଶ କୁମାର, ଇସ୍ପାତ ନିର୍ମାଣ ମୁଖ୍ୟ ଦାମୋଦର ମିତ୍ତଲ ଓ ଅନ୍ୟାନ୍ୟ ବିଭାଗୀୟ ମୁଖ୍ୟଙ୍କ ସମେତ ବହୁ ସଂଖ୍ୟାରେ କର୍ମଚାରୀ ଯୋଗଦେଇ ବିଶ୍ୱେସ୍ବରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହି ମହାନ ବ୍ୟକ୍ତି ରାଷ୍ଟ୍ରର ଜଳ ସମ୍ପଦର ସୁବିନିଯୋଗ ପାଇଁ କରିଯାଇଥିବା ଡ୍ୟାମ ଯୋଗୁ କୃଷିର ଉନ୍ନତି ସହ ବନ୍ୟା ନିୟନ୍ତ୍ରଣ କରାଯାଇପାରୁଛି ବୋଲି ଅତିଥିମାନେ ପ୍ରକାଶ କରିଥିଲେ। ଏହି ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଜେଏସ୍‌ପିଏଲ ଅନୁଗୋଳର ଇଞ୍ଜିନିୟରମାନେ ଅଂଶଗ୍ରହଣ କରିଥିଲେ। ଜେଏସ୍‌ପିଏଲର ଅନ୍ୟତମ ବରିଷ୍ଠ ଅଧିକାରୀ ଦାମୋଦର ମିତ୍ତଲ ନିଜର ବ୍ୟକ୍ତିଗତ ଅନୁଭୂତି ତଥା ଇଞ୍ଜିନିୟର୍ସ ଦିବସର ବିଶେଷତ୍ୱ ଉପରେ ଆଲୋକପାତ କରିଥିଲେ। ଏହି ଉପଲକ୍ଷେ ଜେଏସ୍‌ପିଏଲର ୨୦୧୮-୧୯ ବର୍ଷର ‘ଏକଜିକ୍ୟୁଟିଭ ଅଫ୍‌ ଦି ଇୟର’ ଓ ଆନ୍ତରିକ ପ୍ରଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଜେଏସ୍‌ପିଏଲ ମାନବ ସମ୍ବଳ ବିଭାଗ ମୁଖ୍ୟ ଆଲୋକ ମାଲହୋତ୍ରାଙ୍କ ତତ୍ତ୍ବାବଧାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଶେଷରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri